ରିପୋର୍ଟ କାର୍ଡ / ଭୁବନେଶ୍ୱର
ପଦ୍ମପୁରର ନବନିର୍ବାଚିତ ବିଧାୟିକା ବର୍ଷା ସିଂ ବରିହା ସୋମବାର ଶପଥ ଗ୍ରହଣ କରିବେ । ସେ ବାଚସ୍ପତି ବିକ୍ରମ କେଶରୀ ଆରୁଖଙ୍କୁ ଭେଟିବା ପରେ ଏହା ସ୍ପଷ୍ଟ ହୋଇଛି। ଉଲ୍ଲେଖଯୋଗ୍ୟ, ବର୍ଷା ସିଂ ବରିହା ହେଉଛନ୍ତି ଦିବଙ୍ଗତ ବିଧାୟକ ବିଜୟ ସିଂ ବରିହାଙ୍କ କନ୍ୟା। ସେ ବିଜେପି ନେତା ରମା ବଳିଆର ସିଂଙ୍କ ବୋହୂ। ପଦ୍ମପୁର ଉପନିର୍ବାଚନରେ ବିଜୟୀ ହେବା ପରେ ଶୁକ୍ରବାର ଦିନ ବର୍ଷା ସିଂ ବରିହା ଦଳର ମୁଖିଆ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟିଥିଲେ। ଦଳର ବରିଷ୍ଠ ନେତା ପୂର୍ବତନ ସାଂସଦ ପ୍ରସନ୍ନ ଆଚାର୍ଯ୍ୟ, କଳିକେଶ ସିଂହଦେଓ, ପ୍ରଭାସ କୁମାର ସିଂ, ପୂର୍ବତନ ମନ୍ତ୍ରୀ ସୁଶାନ୍ତ ସିଂ, ମନ୍ତ୍ରୀ ଟୁକୁନି ସାହୁ, ରୀତା ସାହୁ, ବିଜେଡି ମହିଳା ସଭାନେତ୍ରୀ ସ୍ନେହାଙ୍ଗିନୀ ଛୁରିଆ ପ୍ରମୁଖଙ୍କ ସହିତ ଯାଇ ବର୍ଷା ନବୀନଙ୍କ ଆଶୀର୍ବାଦ ନେଇଥିଲେ। ବର୍ଷା ସିଂ ବରିହା ରେକର୍ଡ ସଂଖ୍ୟକ ୪୨,୬୭୯ ଭୋଟ୍ ବ୍ୟବଧାନରେ ନିକଟତମ ବିଜେପି ପ୍ରାର୍ଥୀ ପ୍ରଦୀପ ପୁରୋହିତଙ୍କୁ ପରାସ୍ତ କରିଛନ୍ତି।






More Stories
ଛାତ୍ର ସଂସଦ ନିର୍ବାଚନ:ଖର୍ଚ୍ଚରେ ଲାଗିଲା କଟକଣା…..
ଛାତ୍ର ସଂସଦ ନିର୍ବାଚନ ତାରିଖ ଘୋଷଣା…..
ଓଡ଼ିଶାରେ ତିନି ବର୍ଷ ଯାଏ ଖୋଲିବନି ମଦ ଦୋକାନ…..