ରିପୋର୍ଟ କାର୍ଡ / ଭୁବନେଶ୍ବର
ବାଚସ୍ପତି ପକ୍ଷପାତିତା କରୁଥିବା ଅଭିଯୋଗ କରି ଗୋପାଳପୁର ବିଧାୟକ ଡକ୍ଟର ପ୍ରଦୀପ ପାଣିଗ୍ରାହୀ କକ୍ଷତ୍ୟାଗ କରିଛନ୍ତି। ଗୃହରେ କହିବା ପାଇଁ ସୁଯୋଗ ଦିଆଯାଉନି ବୋଲି ପ୍ରଦୀପ କହିଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏବଂ ବାଚସ୍ପତି ବିକ୍ରମ କେଶରୀ ଆରୁଖଙ୍କ ନିର୍ଦ୍ଦେଶରେ, ମୋର ବିଧାୟକ ପାଣ୍ଠିକୁ ଖର୍ଚ୍ଚ କରାଇ ନ ଦେବାକୁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦିଆଯାଇଥିବା ଅଭିଯୋଗ ବି ଆଣିଛନ୍ତି ପ୍ରଦୀପ ପାଣିଗ୍ରାହୀ । ବିଧାୟକ ପାଣ୍ଠି ଖର୍ଚ୍ଚ ନେଇ ବିଧାନସଭାର ପ୍ରଶ୍ନକାଳରେ ଆଲୋଚନା ସମୟରେ ନିଜ ଅସନ୍ତୋଷ ବ୍ୟକ୍ତ କରି ଗୃହତ୍ୟାଗ କରିଛନ୍ତି ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀ। ପ୍ରଦୀପ କହିଛନ୍ତି, ବାଚସ୍ପତି ଓଡ଼ିଶାବାସୀଙ୍କ ସ୍ୱାର୍ଥ ସପକ୍ଷରେ ଥିବା ଜଣାପଡ଼ୁନାହିଁ। ଜଣେ ସଦସ୍ୟଙ୍କୁ କହିବାକୁ ନ ଦେବା ଗୃହର ଅପମାନ। ମୁଖ୍ୟମନ୍ତ୍ରୀ ଏବଂ ବାଚସ୍ପତି ମୋ ନିର୍ବାଚନୀ ଜିଲ୍ଲାରୁ ଆସୁଛନ୍ତି। ମୁଁ ଭାବୁଛି ମୋତେ ପକ୍ଷପତିତା କରାଯାଇ ମୋର ବିଧାୟକ ପାଣ୍ଠିକୁ ଖର୍ଚ୍ଚ କରାଇ ନ ଦେବାକୁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଉଦ୍ଦେଶ୍ୟମୂଳକ ଭାବେ ଗୋପାଳପୁରର ଉନ୍ନତିମୂଳକ କାର୍ଯ୍ୟକ୍ରମ କରାଇ ଦିଆଯାଉ ନାହିଁ। ଆସନ୍ତାକାଲି ଗୃହରେ ଯୋଗ ଦେବି କି ନାହିଁ ତାହା ପରିସ୍ଥିତି ଉପରେ ନିର୍ଭର କରୁଛି ବୋଲି ଗୋପାଳପୁର ବିଧାୟକ ଡକ୍ଟର ପ୍ରଦୀପ ପାଣିଗ୍ରାହୀ କହିଛନ୍ତି।






More Stories
କଂଗ୍ରେସ ଛାଡିଲେ ଜୟରାମ…..
ଅପରାହ୍ନ ୪ଟା ପର୍ଯ୍ୟନ୍ତ ଗୃହ ମୁଲତବୀ…..
ବଜେଟ ଅଧିବେଶନର ଦ୍ୱିତୀୟ ଦିନ: ଉଠିବ ଚାଷୀ ପ୍ରସଙ୍ଗ…..