Report Card Odisha

| Daily Odia News

ଜେଲରୁ ବାହାରିଲେ ବିଧାୟକ ପ୍ରଦୀପ ପାଣିଗ୍ରାହୀ…..

ରିପୋର୍ଟ କାର୍ଡ / ଭୁବନେଶ୍ୱର

ଜେଲରୁ ମୁକୁଳିଲେ ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀ । ୬ଷ୍ଠ ମାମଲାରେ ଜାମିନ ପାଇବା ପରେ ଝାରପଡ଼ା ଜେଲରୁ ମୁକୁଳିଛନ୍ତି ପ୍ରଦୀପ । ଠକେଇ ଅଭିଯୋଗରେ ଗତ ଡିସେମ୍ବରରୁ ଗିରଫ ହୋଇ ଜେଲରେ ଥିଲେ ପ୍ରଦୀପ ପାଣିଗ୍ରାହୀ । ଶୁକ୍ରବାର ଷଷ୍ଠ ମାମଲାରେ ହାଇକୋର୍ଟରୁ ଜାମିନ ପାଇଥିଲେ । ଯାହାକି ତାଙ୍କର ଶେଷ ମାମଲାର ଜାମିନ ଦିଆଯାଇଥିଲା । ଗୋଳନ୍ଥରା ଥାନା ମାମଲାରେ ଓଡ଼ିଶା ହାଇକୋର୍ଟ ତାଙ୍କୁ ସର୍ତ୍ତମୂଳକ ଜାମିନ ପ୍ରଦାନ କରିଛନ୍ତି । ନିମ୍ନ କୋର୍ଟରେ ୨ ଲକ୍ଷ ଟଙ୍କା ଜମା କରିବାକୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି । ୨ ଲକ୍ଷ ଟଙ୍କା ଲେଖାଏଁ ୨ ଜଣ ଜାମିନଦାରଙ୍କ ବଦଳରେ ହାଇକୋର୍ଟ ପ୍ରଦୀପଙ୍କୁ ଜାମିନ ପ୍ରଦାନ କରିଛନ୍ତି । ପ୍ରଦୀପଙ୍କ ବିରୋଧରେ ମୋଟ୍ ୬ଟି ମାମଲା ଥିବାବେଳେ ପୂର୍ବରୁ ୫ଟିରେ ତାଙ୍କୁ ଜାମିନ ମିଳି ସାରିଥିଲା । ଶୁକ୍ରବାର ଷଷ୍ଠ ମାମଲାରେ ତାଙ୍କୁ ହାଇକୋର୍ଟ ଜାମିନ ପ୍ରଦାନ କରିଥିଲେ । ସୂଚନା ଯୋଗ୍ୟକି- ଆକାଶ ପାଠକ ଲିଙ୍କରେ ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କୁ ଗତ ଡିସେମ୍ବର ୩ରେ କ୍ରାଇମ୍‌ବ୍ରାଞ୍ଚ ଗିରଫ କରିଥିଲା। ଟାଟା କଂପାନିରେ ଚାକିରି କରାଇ ଦେବା ପାଇଁ ଆକାଶ ପାଠକଙ୍କ ନାଁରେ ପ୍ରଦୀପ ପାଣିଗ୍ରାହୀ ଟଙ୍କା ଆଦାୟ କରୁଥିବା ପ୍ରମାଣ ଥିବା ଦର୍ଶାଇଥିଲା ତଦନ୍ତକାରୀ ସଂସ୍ଥା । ତାଙ୍କ ବିରୋଧରେ ଆଇଟି ଆକ୍ଟର ସଂଗୀନ ଦଫା ଲଗାଯାଇଥିଲା । ଠକେଇ, ଜାଲିଆତି, ଅପରାଧିକ ଷଡ଼ଯନ୍ତ୍ର, ସାଇବର ଅପରାଧରେ ତାଙ୍କୁ ଗିରଫ କରାଯାଇଥିଲା ।

 

 

 

 

 

 

 

 

Breaking News