Report Card Odisha

| Daily Odia News

ପ୍ରଶାନ୍ତ ଜଗଦ୍ଦେବଙ୍କୁ ମିଳିଲା ଜାମିନ୍‌…..

ରିପୋର୍ଟ କାର୍ଡ / ନୂଆଦିଲ୍ଲୀ

ପ୍ରଶାନ୍ତ ଜଗଦ୍ଦେବଙ୍କୁ ମିଳିଲା ଅନ୍ତରୀଣ ଜାମିନ୍‌। ଖୋର୍ଦ୍ଧା ଅତିରିକ୍ତ ଜିଲ୍ଲା ଦୌରା ଜଜ ତାଙ୍କୁ ତିନିଦିନ ପାଇଁ ଅନ୍ତରୀଣ ଜାମିନ ପ୍ରଦାନ କରିଛନ୍ତି। ଦୁଇ ଜଣ ଜାମିନଦାର ଓ ପଚାଶ ହଜାର ଟଙ୍କା ଲେଖାଏଁ ବେଲ ବଣ୍ଡରେ ତାଙ୍କୁ ଜାମିନ ଦେଇଛନ୍ତି କୋର୍ଟ। ଆସନ୍ତା ୯, ୧୦ ଓ ୧୧ ତାରିଖ ତିନିଦିନ ପାଇଁ ତାଙ୍କୁ କୋର୍ଟ ଜାମିନ୍‌ ଦେଇଛନ୍ତି। ସେ ନୂତନ ସରକାରରେ ଶପଥ ଗ୍ରହଣ ଉତ୍ସବରେ ସାମିଲ ହେବେ। ସେଥିପାଇଁ ତାଙ୍କୁ କୋର୍ଟ ଜାମିନ ପ୍ରଦାନ କରିଥିବା ପ୍ରଶାନ୍ତଙ୍କ ଓକିଲ ପ୍ରଭାତ କୁମାର ଦାଶ କହିଛନ୍ତି। ଚଳିତ ନିର୍ବାଚନରେ ପ୍ରଶାନ୍ତ ଜଗଦ୍ଦେବ ଖୋର୍ଦ୍ଧା ବିଧାନସଭାରୁ ବିଜେପିରୁ ବିଧାୟକ ପ୍ରାର୍ଥୀ ହୋଇଥିଲେ। ନିର୍ବାଚନ ଦିନ ସେ ବୋଲଗଡ ବ୍ଲକ୍‌ କାଉଁରିପାଟଣା ୧୧୪ ନମ୍ୱର ବୁଥ୍‌କୁ ଭୋଟ୍‌ ଦେବା ପାଇଁ ଆସିଥିଲେ। ସେଠାରେ ସେ ଇଭିଏମ୍‌ ଭଙ୍ଗିଥିବା ଅଭିଯୋଗ ହୋଇଥିଲା। ବୁଥ୍‌ର ପ୍ରିଜାଇଡିଂ ଅଫିସରଙ୍କ ଅଭିଯୋଗ କ୍ରମେ ପୋଲିସ ତାଙ୍କୁ ଗିରଫ କରିଥିଲା। ଗିରଫ ପରେ ପୋଲିସ ତାଙ୍କୁ ଚାଲାଣ କରିଥିଲା।

Breaking News