ରିପୋର୍ଟ କାର୍ଡ / ଭୁବନେଶ୍ୱର
ବିଜେଡିରୁ ଇସ୍ତଫା ଦେଇଛନ୍ତି ତେଲକୋଇ ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ପ୍ରେମାନନ୍ଦ ନାୟକ। ଆଜି ସେ ଦଳର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି। ତାଙ୍କ ଇସ୍ତଫା ପତ୍ର ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କ ନିକଟକୁ ପଠାଇଛନ୍ତି। ଦଳରେ ଅଣଦେଖା କରାଯାଉଥିବା ଅଭିଯୋଗ ଆଣି ପ୍ରେମାନନ୍ଦ ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଥିବା ଜଣାପଡ଼ିଛି। ଏହାପୂର୍ବରୁ ପ୍ରେମାନନ୍ଦ ଅକ୍ଟୋବର ମାସରେ ମୁଖ୍ୟମନ୍ତ୍ରୀଙ୍କ ନିକଟକୁ ଇସ୍ତଫା ପତ୍ର ପଠାଇଥିଲେ। ହେଲେ ତାଙ୍କ ଇସ୍ତଫା ପତ୍ରକୁ ଗ୍ରହଣ କରାଯାଇ ନଥିଲା।






More Stories
୨୮ ଯାଏଁ ଝଡ଼ବର୍ଷା…..
ଜଳିଗଲା ବସ୍….
ବଦଳିଲେ ଏସ୍ସିବି ଡିନ୍ ଓ ଅଧୀକ୍ଷକ…..