ରିପୋର୍ଟ କାର୍ଡ / ଭୁବନେଶ୍ୱର
ଆଜି ବିଧାନସଭା ଶୂନ୍ୟକାଳରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ଧନ୍ୟବାଦ ଦେଲେ ଜଟଣୀ ବିଧାୟକ ସୁରେଶ କୁମାର ରାଉତରାୟ । ୬୫୦ କୋଟି ବ୍ୟୟରେ ନାଇଜର ଭୁବନେଶ୍ବର ଠାରେ ଅତ୍ୟାଧୁନିକ କ୍ୟାନସର ହସ୍ପିଟାଲ ପ୍ରତିଷ୍ଠା ନେଇ ଘୋଷଣା ପରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ଧନ୍ୟବାଦ ଜଣାଇଛନ୍ତି । ଶୂନ୍ୟକାଳରେ ବିଧାୟକ ସୁରେଶ ରାଉତରାୟ କହିଛନ୍ତି, କ୍ୟାନସର ହସ୍ପିଟାଲ ନିର୍ମାଣ ପାଇଁ ଭାରତ ସରକାର ୪୦୦ କୋଟି ଏବଂ ଟାଟା ଟ୍ରଷ୍ଟ ୨୫୦ କୋଟି ଟଙ୍କା ଦେବ । ଏହା ପଛରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କର ବଡ଼ ଅବଦାନ ଓ ଉଦ୍ୟମ ରହିଛି । ତାଙ୍କୁ ଏଥିପାଇଁ ସ୍ବାଗତ ଜଣାଉଛି । ଏପରି ନିଷ୍ପତ୍ତି ଜଟଣୀକୁ ଆହୁରି ବିକଶିତ କରିବ । କେବଳ ଏତିକି ନୁହେଁ ପାଇକ ପାଇଁ ଧର୍ମେନ୍ଦ୍ର ପ୍ରଧାନ ୨୦୦ କୋଟି ଟଙ୍କା ଦେଇଥିଲେ, ଏବେ ରାଜ୍ୟ ସରକାର ଜମି ଦେଇଛନ୍ତି ତେଣୁ ଉଭୟଙ୍କୁ ଧନ୍ୟବାଦ ।






More Stories
ଅନିଲଙ୍କ ସମ୍ପତ୍ତି ବାଜ୍ୟାପ୍ତ କଲା ED, ରହିଛି ଭୁବନେଶ୍ୱର ଲିଙ୍କ୍…..
ତୁରନ୍ତ ରୋକନ୍ତୁ ଏସଆଇଆର୍…..
ଶପଥ ସମାରୋହରେ ଗାମୁଛା ଉଡ଼ାଇଲେ ମୋଦି…..