ରିପୋର୍ଟ କାର୍ଡ / ଭୁବନେଶ୍ୱର
ନିର୍ବାଚନ ପ୍ରଚାର ପାଇଁ ଆଜି ଓଡ଼ିଶା ଆସୁଛନ୍ତି କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ୍ ଖଡ୍ଗେ | ଖଡ୍ଗେ ଦୁଇଟି ଜନସଭା କରିବେ | ଦିନ ୧୧ଟାରେ ସେ ବାଲେଶ୍ୱରରେ ପହଞ୍ଚିବେ। ତା’ପରେ କଂଗ୍ରେସ ପ୍ରାର୍ଥୀଙ୍କ ପାଇଁ ପ୍ରଚାର କରିବେ। ବାଲେଶ୍ୱର ସଭା ସରିବା ପରେ ଖଡ୍ଗେ ଭଦ୍ରକ ଯିବେ। ଅପରାହ୍ନ ୩ଟାରେ ଚାନ୍ଦବାଲିରେ ଆୟୋଜିତ ସାଧାରଣ ସଭାରେ ସେ ଯୋଗଦେବେ। ତା’ପରେ ସେ ନୂଆଦିଲ୍ଲୀ ଅଭିମୁଖେ ଯାତ୍ରା କରିବାର କାର୍ଯ୍ୟକ୍ରମ ରହିଛି। ସେହି ପରି କଂଗ୍ରେସ ସାଂସଦ ରାହୁଲ୍ ଗାନ୍ଧି ୩୦ ତାରିଖରେ ଓଡ଼ିଶା ଆସିବେ। ୩୦ ତାରିଖ ଦିନ ୧୧ଟାରେ ସେ ସିମୁଳିଆ ସାନମହିତପୁରରେ ଆୟୋଜିତ ନିର୍ବାଚନୀ ସଭାରେ ଯୋଗଦେବେ। ଆଉ କଂଗ୍ରେସ ପ୍ରାର୍ଥୀଙ୍କ ପାଇଁ ଭୋଟ୍ ଭିକ୍ଷା କରିବାର କାର୍ଯ୍ୟକ୍ରମ ରହିଛି।






More Stories
ପ୍ରତିଷ୍ଠା ଦିବସରେ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ,ଗୃହମନ୍ତ୍ରୀ, ମୁଖ୍ୟମନ୍ତ୍ରୀ….
ଓଡ଼ିଶାରେ ପଶିପାରିବ ନାହିଁ ବାହାର ରାଜ୍ୟର ଗାଡ଼ି !…..
ରାଜ୍ୟସଭାରେ ଶପଥ ନେଲେ ଓଡ଼ିଶାରୁ ୩ ସାଂସଦ…..