Report Card Odisha

| Daily Odia News

‘ମୋ ବସ୍‌’ ଧକ୍କାରେ ୨ ଗୁରୁତର, କଟିଗଲା ଯୁବତୀଙ୍କ ହାତ…..

ରିପୋର୍ଟ କାର୍ଡ / ଭୁବନେଶ୍ୱର

‘ମୋ ବସ୍‌’ ଧକ୍କାରେ ୨ ଗୁରୁତର । ଏହି ମର୍ମନ୍ତୁଦ ସଡକ ଦୁର୍ଘଟଣା ରାଜଧାନୀ ଭୁବନେଶ୍ୱର ଚନ୍ଦ୍ରଶେଖରପୁର ଥାନା ପେଟ୍ରୋଲ ପମ୍ପ ନିକଟରେ ଘଟିଛି । ଦୁର୍ଘଟଣାରେ ୨ ଗୁରୁତରଙ୍କ ମଧ୍ୟରୁ ଯୁବତୀଙ୍କ ହାତ ଉପରେ ବସ୍‌ ଚଢିଯିବାରୁ ତାଙ୍କ ହାତ କଟି ଯାଇଥିବା ଜଣାପଡିଛି । ଗୁରୁତର ଯୁବତୀ ଓ ଅନ୍ୟ ଜଣଙ୍କୁ ଉଦ୍ଧାର କରାଯାଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ଦୁର୍ଘଟଣା ପରେ ଘଟଣାସ୍ଥଳରେ ସ୍ଥାନୀୟଲୋକଙ୍କ ଉତ୍ତେଜନା ଦେଖାଦେଇଛି । ନନ୍ଦନକାନନ ପଟରୁ ଆସୁଥିବା ପ୍ରାୟ ୨୦ରୁ ଅଧିକ ବସ୍‌କୁ ଅଟକାଇଛନ୍ତି ଲୋକେ । ବେପରୁଆ ଗାଡି ଚାଳନା ପାଇଁ ଦୁର୍ଘଟଣା ଘଟୁଛି ବୋଲି ପ୍ରତ୍ୟକ୍ଷଦର୍ଶୀ କହିଛନ୍ତି । ଦୁର୍ଘଟଣା ପରେ ଗାଡି ଛାଡି ଚାଳକ ଘଟଣାସ୍ଥଳରୁ ଚମ୍ପଟ୍‌ ମାରିଛି । ପୁଲିସ ଉତ୍ତ୍ୟକ୍ତ ଲୋକଙ୍କୁ ବୁଝାସୁଝା କରିବା ସହ ଘଟଣାର ତଦନ୍ତ ଜାରି ରଖିଛି ।

Breaking News