ରିପୋର୍ଟ କାର୍ଡ / ଭୁବନେଶ୍ୱର
ରାଜ୍ୟର ବିଭିନ୍ନ ବର୍ଗର ଲୋକଙ୍କ ହିତ ସାଧନ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅନେକ ଯୋଜନା କରିଛନ୍ତି | କରୁଛନ୍ତି । ଜନଜାତିଙ୍କ ପାଇଁ ରାଜ୍ୟ ସରକାର ଏକ ବଡ଼ ପଦକ୍ଷେପ ନେବାକୁ ଯାଉଛନ୍ତି । ରାଜ୍ୟ ସରକାର ‘ମୋ ଜମି ଜଙ୍ଗଲ ଯୋଜନା’ ଆରମ୍ଭ କରିବାକୁ ଯାଉଛନ୍ତି । ଏହି ଯୋଜନା ଲାଗୁ କରିବାରେ ଓଡ଼ିଶା ଦେଶରେ ପ୍ରଥମ । ଆଦିବାସୀଙ୍କୁ ବ୍ୟକ୍ତିଗତ ଜଙ୍ଗଲ ଜମି ପଟ୍ଟା ପ୍ରଦାନ କ୍ଷେତ୍ରରେ ରାଜ୍ୟ ସରକାର ଏକ ନମ୍ବର ହୋଇଥିବା ବେଳେ ଗୋଷ୍ଠୀଗତ ଅଧିକାର ଦେବା ନେଇ ନୂଆ ପଦକ୍ଷେପ ଗ୍ରହଣ କରିବେ । ଏଥିପାଇଁ ତହସିଲ ଓ ଜିଲ୍ଲାସ୍ତରରେ ସ୍ୱତନ୍ତ୍ର ସେଲ ଗଠନ ହେବ । ଏହା ଫଳରେ ଆଦିବାସୀଙ୍କ ଗୋଷ୍ଠୀଗତ ଅଧିକାର ସୁନିଶ୍ଚିତ ହେବା ସହ ଜଙ୍ଗଲ ସମ୍ପଦର ବିନିଯୋଗ ହୋଇପାରିବ । ଏନେଇ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ଏବଂ ଅନୁସୂଚିତ ଜାତି ଓ ଜନଜାତି ବିଭାଗ ପକ୍ଷରୁ ସମସ୍ତ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶନାମା ଜାରି ହୋଇଛି ।






More Stories
ମାଟ୍ରିକ ପରୀକ୍ଷା ପାଇଁ ୩୭ଟି ସ୍ବତନ୍ତ୍ର ସ୍କ୍ବାଡ….
ଆଜି ସୂର୍ଯ୍ୟୋପରାଗ…..
୮ରେ ସୁଭଦ୍ରା କିସ୍ତି…..