ରିପୋର୍ଟକାର୍ଡ / ଭୁବନେଶ୍ୱର
ପହଲଗାଓଁ ଆତଙ୍କୀ ଆକ୍ରମଣ ପରେ ଭାରତ-ପାକିସ୍ତାନ ମଧ୍ୟରେ ବଢୁଥିବା ଉତ୍ତେଜନାକୁ ନେଇ ଏବେ ଆଉ ଏକ ବଡ ଖବର ସାମ୍ନାକୁ ଆସିଛି । ମେ ୭ତାରିଖ ବୁଧବାର ଦେଶର ଅନେକ ରାଜ୍ୟରେ ହେବ ମକ୍ଡ୍ରିଲ୍ । ଆକ୍ରମଣ ହେଲେ ସାଧାରଣ ଲୋକମାନେ କଣ କରିବେ ସେନେଇ ତାଲିମ ଦିଆଯିବ । ଯେକୌଣସି ପରିସ୍ଥିତିରେ ଆକ୍ରମଣ ହେଲେ ସାଧରଣ ଲୋକ ଓ ଛାତ୍ରମାନେ କିଭଳି ସୁରକ୍ଷିତ ସ୍ଥାନକୁ ଯିବେ ତାହାର ଅଭ୍ୟାସ କରିବାକୁ କେନ୍ଦ୍ର ଗୃହ ମନ୍ତ୍ରଣାଳୟ ପକ୍ଷରୁ ନିର୍ଦ୍ଦେଶ ଜାରି କରାଯାଇଛି । ଓଡ଼ିଶାରେ ୧୨ଟି ସ୍ଥାନରେ ମକ୍ଡ୍ରିଲ କରାଯିବ । ଧାମରା, ଚାନ୍ଦିପୁର, ଭୁବନେଶ୍ୱର, କଟକ, ପୁରୀ, ଭଦ୍ରକ, କେନ୍ଦ୍ରାପଡା, ଗୋପାଳପୁର, ପାରାଦୀପରେ ଏହି ମକ୍ଡ୍ରିଲ୍ ହେବ । ଏହାସହ ଅନ୍ୟ ୩ଟି ସ୍ଥାନରେ ବି ହୋଇପାରେ ମକ୍ଡ୍ରିଲ୍ ।






More Stories
ପାନ ମସଲାକୁ ନେଇ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ବଡ଼ ବୟାନ…..
ରାଷ୍ଟ୍ରପତିଙ୍କ ଗସ୍ତ:୩୦ ପ୍ଲାଟୁନ ଫୋର୍ସ ମୁତୟନ…..
କ୍ୟାବିନେଟ ବୈଠକରେ ୧୨ ପ୍ରସ୍ତାବକୁ ମଞ୍ଜୁରୀ…..