ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ପ୍ରତିମାସ ଶେଷରେ ପାକିସ୍ତାନକୁ ଲାଗି ଥିବା ସୀମାବର୍ତ୍ତୀ ରାଜ୍ୟ ଗୁଡ଼ିକରେ ମକ୍ଡ୍ରିଲ୍ କରାଯିବ । ଶତ୍ରୁ ପକ୍ଷରୁ ଆକ୍ରମଣ ହେଲେ ସାଧାରଣ ନାଗରିକମାନେ କ’ଣ କରିବେ ଏବଂ କିପରି ସତର୍କ ରହିବେ । ହମଲା ହେଲେ ନିଜକୁ କିପରି ସୁରକ୍ଷିତ ରଖିବେ ସେନେଇ ଜନସାଧାରଣଙ୍କୁ ସଚେତନ କରାଯିବା ସହ ସେମାନଙ୍କୁ ଅଭ୍ୟାସରେ ପକାଯିବ । ଅପରେସନ୍ ସିନ୍ଦୂର ପରେ ୩ ଦିନ କାଳ ପାକ୍ ସୀମାବର୍ତ୍ତୀ ରାଜ୍ୟରେ ଯେଉଁ ଭଳି ଭାବେ ଘନ ଘନ ଗୁଳିମାଡ, ଡ୍ରୋନ୍ ହମଲା ହେଲେ, ଆଗାମୀ ଦିନରେ ସେଭଳି ପରିସ୍ଥିତିର ମୁକାବିଲା ପାଇଁ ପ୍ରତି ମାସ ମକ୍ ଡ୍ରିଲ୍ କରାଯିବ ବୋଲି ସୂଚନା ମିଳିଛି । ଏନେଇ ଜାତୀୟ ଗଣମାଧ୍ଯମରେ ଖବର ପ୍ରକାଶ ପାଇଛି । ତେବେ ଦିନକ ପରେ ପୁଣି ହେବ ମକ୍ଡ୍ରିଲ୍ । ପାକ୍ ସୀମାକୁ ଲାଗିଥିବା ରାଜ୍ୟରେ ହେବ ଶତୃପକ୍ଷରୁ ସମ୍ଭାବ୍ୟ ଆକ୍ରମଣ ମୁକାବିଲା ପାଇଁ ପ୍ରସ୍ତୁତି । ପଞ୍ଜାବ, ଗୁଜରାଟ, ରାଜସ୍ଥାନ ଓ ଜମ୍ମୁ- କାଶ୍ମୀରରେ ୩୧ ମେ’ରେ ଏହି ଅଭ୍ୟାସ କରାଯିବ । ଗୁରୁବାର ୨୯ ମେ ଦିନ ଏହି ୪ ରାଜ୍ୟରେ ମକ୍ଡ୍ରିଲ୍ ହେବାର ଥିଲା । ହେଲେ ପ୍ରଶାସନିକ କାରଣରୁ ଏହାକୁ ସ୍ଥଗିତ ରଖାଯାଇଛି । ବଦଳରେ ଶନିବାର ଯୁଦ୍ଧାଭ୍ୟାସ ହେବ । ସେପଟେ ୭ ମେ’ରେ ସାରା ଦେଶରେ ଯୁଦ୍ଧାଭ୍ୟାସ କରାଯାଇଥିଲା । ଏହାପରେ ଅପରେସନ ସିନ୍ଦୂର ଜରିଆରେ ପାକିସ୍ତାନ ଉପରେ କଡ଼ା ଆକ୍ସନ ନିଆଯାଇଥିଲା ।






More Stories
ଆଜି ଦେଶବ୍ୟାପି ୬ଘଣ୍ଟିଆ ଧର୍ମଘଟ……
୩୦ ସପ୍ତାହର ଗର୍ଭପାତ ପାଇଁ ଅନୁମତି ଦେଲେ ସୁପ୍ରିମକୋର୍ଟ……
ନମାଜ ସମୟରେ ବିସ୍ଫୋରଣ,୧୦ ମୃତ୍ୟୁ…..