ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ଆଜି ସଂଧ୍ୟାରେ କେନ୍ଦ୍ରମନ୍ତ୍ରିମଣ୍ଡଳ ସଂପ୍ରସାରଣ । ଏହା ପୂର୍ବରୁ ପ୍ରଧାନମନ୍ତ୍ରୀ ବାସଭବନରେ ବଡ଼ବଡ଼ ନେତାଙ୍କ ଗହଳି ଦେଖିବାକୁ ମିଳୁଛି । କାହାକୁ ମିଳିବ ଚାନ୍ସ, କିଏ ହେବ ମନ୍ତ୍ରୀ ସେନେଇ ଅନେକ କଳ୍ପନା ଜଳ୍ପନା ଚାଲିଛି । ନୂଆ ମନ୍ତ୍ରିମଣ୍ଡଳରେ ୬ କ୍ୟାବିନେଟ୍ ସହ ୨୦ ନୂଆ ମନ୍ତ୍ରୀଙ୍କୁ ସ୍ଥାନ ମିଳିପାରେ । ଯୁବ ଏବଂ ନୂଆ ଚେହେରାଙ୍କୁ ପ୍ରାଧାନ୍ୟ ଦିଆଯାଉଥିବା ନେଇ ଚର୍ଚ୍ଚା ଜୋର ଧରିଛି । ମୋଦିଙ୍କ ଏହି ଡ୍ରିମ ଟିମରେ ଓଡିଆ ସାଂସଦଙ୍କୁ ଚାନ୍ସ ମିଳିବ ବୋଲି ଚର୍ଚ୍ଚା ହେଉଛି । ଏନେଇ ରାଷ୍ଟ୍ରପତି ଭବନରୁ ବିଜ୍ଞପ୍ତି ପ୍ରକାଶ ପାଇଛି । ସଂଧ୍ୟା ୬ଟାରେ ଶପଥ ଗ୍ରହଣ ସମାରୋହ ନେଇ ବିଜ୍ଞପ୍ତି ପ୍ରକାଶ ପାଇଛି । ଜ୍ୟୋତିରାନ୍ଦିତ୍ୟ ସିନ୍ଧିଆ, ସର୍ବାନନ୍ଦ ସୋନୱାଲ, ପଶୁପତି ପାରସ, ନାରାୟଣ ରାଣେ, ଭୂପେନ୍ଦ୍ର ଯାଦବ, ଅନୁପ୍ରିୟା ପଟେଲ, ମିନାକ୍ଷୀ ଲେଖି ଓ ଅଶ୍ୱିନ ବୈଷ୍ଣବଙ୍କ ନାମ ସାମିଲ ଥିବା ଜଣାଯାଇଛି ।ମୟୁରଭଞ୍ଜ ସାଂସଦ ବିଶ୍ୱେଶ୍ୱର ଟୁଡୁ ହୋଇପାରନ୍ତି କେନ୍ଦ୍ରମନ୍ତ୍ରୀ । କାରଣ ତାଙ୍କର RTPCR ଟେଷ୍ଟ ସରିଲାଣି । ଏବେ ସେ ଦିଲ୍ଲୀରେ ଅଛନ୍ତି । ଏହାସହ ରେସରେ ଅଶ୍ୱିନୀ ବୈଷବଙ୍କୁ ମିଳିପାରେ ଚାନ୍ସ । ତାଙ୍କର ମଧ୍ୟ RTPCR ଟେଷ୍ଟ ସରିଲାଣି । ସନ୍ଧ୍ୟା ୬ଟାରେ ହେବ ମନ୍ତ୍ରୀମଣ୍ଡଳ ସମ୍ପ୍ରସାରଣ । ଦେଶର ଇତିହାସରେ ସବୁଠୁ ୟଙ୍ଗ ହୋଇପାରେ ମୋଦିଙ୍କ ନୂଆ ମନ୍ତ୍ରିମଣ୍ଡଳ । ମୋଦି କ୍ୟାବିନେଟ୍ ର ହାରାହାରି ବୟସ କମ ରହିବ । ମନ୍ତ୍ରୀ ପଦ ଲାଗି ଶିକ୍ଷାଗତ ଯୋଗ୍ୟତାକୁ ପ୍ରାଧାନ୍ୟ ଦିଆଯିବ । ରାଜ୍ୟ ଏବଂ ରାଜ୍ୟର ବିଭିନ୍ନ ଅଞ୍ଚଳ ଉପରେ ଗୁରୁତ୍ବ ରହିବ । ଦଳିତ ଏବଂ ପଛୁଆ ବର୍ଗର ପ୍ରତିନିଧିତ୍ବ ବଢ଼ିପାରେ । ପ୍ରଶାସନିକ ଅନୁଭବ ଥିବା ନେତାଙ୍କୁ ମନ୍ତ୍ରିମଣ୍ଡଳରେ ସାମିଲ କରାଯାଇପାରେ । ମନ୍ତ୍ରିମଣ୍ଡଳରେ ମହିଳା ପ୍ରତିନିଧିତ୍ବ ବୃଦ୍ଧି ନେଇ ମଧ୍ୟ ଚର୍ଚ୍ଚା ହେଉଛି ।ସୂଚନା ଅନୁସାରେ – ଯେଉଁମାନେ ମନ୍ତ୍ରିମଣ୍ଡଳରେ ସ୍ଥାନ ପାଇବାର ସମ୍ଭାବନା ଅଛି, ସମସ୍ତଙ୍କୁ ଦିଲ୍ଲୀ ଡକରା ଯାଇଛି । ହେଲେ ସେମାନେ ଖୋଲାଖୋଲି କିଛି କହୁ ନାହାନ୍ତି। ମନ୍ତ୍ରିମଣ୍ଡଳରେ ୮୧ ଜଣ ମନ୍ତ୍ରୀ ରହିବାର ବ୍ୟବସ୍ଥା ଥିବାବେଳେ ଏବେ ୫୩ ଜଣ ମନ୍ତ୍ରୀ ଅଛନ୍ତି। ଅର୍ଥାତ୍ ଆହୁରି ୨୮ ଜଣଙ୍କୁ ମନ୍ତ୍ରୀ କରି ପାରିବେ ପ୍ରଧାନମନ୍ତ୍ରୀ। ଆସନ୍ତାବର୍ଷ ହେବାକୁ ଥିବା ୫ଟି ରାଜ୍ୟର ବିଧାନସଭା ନିର୍ବାଚନକୁ ଦୃଷ୍ଟିରେ ରଖି ସେହି ସବୁ ରାଜ୍ୟର ସାଂସଦ ଓ ସହଯୋଗୀ ଦଳଙ୍କୁ ଗୁରୁତ୍ୱ ଦେଇପାରନ୍ତି ମୋଦି।
More Stories
ପୁଣି ଅଶାନ୍ତ ଶ୍ରୀକ୍ଷେତ୍ର:ଅଟୋଚାଳକଙ୍କୁ ହାଣୀଲେ ଦୃର୍ବୁତ୍ତ….
ହସ୍ପିଟାଲ ଛାତରୁ ଡେଇଁ ପଡ଼ିଲେ ରୋଗୀ…..
ବାଲେଶ୍ୱର ଛାତ୍ରୀଙ୍କ ସ୍ୱାସ୍ଥ୍ୟବସ୍ଥା ଏବେବି ସଙ୍କଟାପନ୍ନ…..