ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
୨୦୨୬ ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ଦେଶ ପାଇଁ ପଦକ ଜିତିଥିବା ଭାରତୀୟ କ୍ରୀଡ଼ାବିତ୍ମାନେ ରବିବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିଛନ୍ତି ।ଲୋକ କଲ୍ୟାଣ ମାର୍ଗସ୍ଥିତ ନିଜ ବାସଭବନରେ ପ୍ରଧାନମନ୍ତ୍ରୀ ପଦକ ବିଜେତାଙ୍କ ସହ ସାକ୍ଷାତ କରି ସେମାନଙ୍କ ସଫଳତା ପାଇଁ ଅଭିନନ୍ଦନ ଜଣାଇଛନ୍ତି। ୨୦୨୬ ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ଭାରତ ମୋଟ ୩୯ଟି ପଦକ ହାସଲ କରି ଚତୁର୍ଥ ସ୍ଥାନରେ ରହିଛି। ଭାରତୀୟ କ୍ରୀଡ଼ାବିତ୍ମାନଙ୍କ ଏହି ଉଲ୍ଲେଖନୀୟ ପ୍ରଦର୍ଶନ ପାଇଁ ପ୍ରଧାନମନ୍ତ୍ରୀ ସେମାନଙ୍କୁ ବଧାଇ ଜଣାଇବା ସହ ଦେଶର ଗୌରବ ବଢ଼ାଇଥିବାରୁ ପ୍ରଶଂସା କରିଛନ୍ତି। କ୍ରୀଡ଼ାବିତ୍ମାନଙ୍କ ସହ ସାକ୍ଷାତର କିଛି ମୁହୂର୍ତ୍ତକୁ ପ୍ରଧାନମନ୍ତ୍ରୀ ସୋସିଆଲ ମିଡିଆରେ ମଧ୍ୟ ସେୟାର କରିଛନ୍ତି। ଇନଷ୍ଟାଗ୍ରାମରେ ଏକ ରିଲ୍ ପୋଷ୍ଟ କରି ସେ ଭାରତୀୟ ଦଳର ସଫଳତା ନେଇ ଖୁସି ବ୍ୟକ୍ତ କରିଛନ୍ତି।






More Stories
ବର୍ଷାକୁ ନେଇ ବଡ଼ ଅପଡେଟ୍:ଜାରି ହେଲା ଆଲର୍ଟ…..
ମଧ୍ୟପ୍ରଦେଶରେ ୭ ଓଡ଼ିଆଙ୍କ ମୃତ୍ୟୁ:ମୁଖ୍ୟମନ୍ତ୍ରୀଙ୍କ ଶୋକ ପ୍ରକାଶ…..
ମଧ୍ୟପ୍ରଦେଶରେ ୭ ଓଡ଼ିଆଙ୍କ ମୃତ୍ୟୁ…..