ରିପୋର୍ଟ କାର୍ଡ / ଝାରସୁଗୁଡ଼ା
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ଦିନିକିଆ ଝାରସୁଗୁଡ଼ା ଗସ୍ତରେ ଆସିଛନ୍ତି। ଝାରସୁଗୁଡ଼ାସ୍ଥିତ ଅମଲିପାଲି ପଡ଼ିଆଠାରେ ଆୟୋଜିତ ସାଧାରଣ ସଭାରେ ଯୋଗଦେଇ ପ୍ରଧାନମନ୍ତ୍ରୀ ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ ଏବଂ ଲୋକାର୍ପଣ କରିଛନ୍ତି।ପ୍ରଧାନମନ୍ତ୍ରୀ ମୋଦିଙ୍କୁ ସଭାସ୍ଥଳରେ ସ୍ବାଗତ କରିଛନ୍ତି ମୁଖ୍ୟମନ୍ତ୍ରୀ। ସେ କହିଛନ୍ତି, ପ୍ରଧାନମନ୍ତ୍ରୀଙ୍କ ଉପସ୍ଥିତି ଆମ ପାଇଁ ଗୌରବର ବିଷୟ। ଏହି ସେବା ପର୍ବ ୫୦ ବର୍ଷ ହେଲା ଦେଶପାଇଁ ସମର୍ପଣ ଭାବ। ପହଲଗାମ ଆକ୍ରମଣର ପରବର୍ତ୍ତୀ ଅପରେଶନ ସିନ୍ଦୂରରେ ଭୂମିକା ଅତ୍ୟନ୍ତ ପ୍ରଶଂସନୀୟ। ମା’ ପାଇଁ ଗଛଟିଏ ଆହ୍ବାନରେ ଓଡ଼ିଶାବାସୀ ସାମିଲ ହୋଇଛନ୍ତି। ଦିନକରେ ୭୫ ଲକ୍ଷ ଗଛ ଲଗାଇବା ଲକ୍ଷ୍ୟ ଥିଲା, କିନ୍ତୁ ଆମେ ଦେଢ଼ କୋଟି ଲଗାଇଲୁ। GST ସଂସ୍କାର ଓଡ଼ିଶା ପାଇଁ ପୂଜା ଭେଟି ସଦୃଶ ହୋଇଛି। ଆପଣଙ୍କ ନେତୃତ୍ୱରେ ୧୧ ବର୍ଷର ଶାସନରେ ଦେଶ ଶିଖରରେ ପହଞ୍ଚିଛି। ୨୦୪୫ ସୁଦ୍ଧା ଭାରତକୁ ବିକଶିତ ଭାରତ କରିବା ଆହ୍ବାନ ସହ ସାମିଲ ହୋଇଛୁ। ଏହି ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ମା’ ସମଲେଇଙ୍କ ଫଟୋ ଦେଇ ସମ୍ବର୍ଦ୍ଧିତ କରିଛନ୍ତି। ସେପଟେ, ଆଇଟିଆଇ ଛାତ୍ରୀ ମୋଦିଙ୍କୁ ଫଟୋ ଦେଇଥିଲେ। ଏହା ଦେଖି ମୋଦି ଖୁସି ହେବା ସହିତ କିଛି ସମୟ କଥା ହୋଇଥିଲେ।ସୂଚନାଯୋଗ୍ୟ, ଝାରସୁଗୁଡ଼ା ବିମାନବନ୍ଦରରେ ପହଞ୍ଚିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ବାୟୁସେନାର ସ୍ବତନ୍ତ୍ର ବିମାନ ଯୋଗେ ସେ ଆସି ୧୧ଟା୧୦ମିନିଟ୍ରେ ଝାରସୁଗଡାରେ ପହଞ୍ଚିଥିଲେ। ସେଠାରେ ରାଜ୍ୟପାଳ ପ୍ରଧାନମନ୍ତ୍ରୀଙ୍କୁ ଭବ୍ୟ ସ୍ବାଗତ ସମ୍ବର୍ଦ୍ଧନା କରିଥିଲେ। ସେଠାରୁ ସଡ଼କ ପଥରେ ଯାଇ ପୂର୍ବାହ୍ନ ୧୧ ଟା ୨୫ମି.ରେ ଅମଲିପାଲି ସ୍ଥିତ ପଡ଼ିଆରେ ପହଞ୍ଚି ଆୟୋଜିତ କାର୍ଯ୍ୟକ୍ରମ ସ୍ଥଳରେ ଯୋଗଦେଥିଲେ।
More Stories
ଗାନ୍ଧୀ ଜୟନ୍ତୀରୁ ଜନ ସମ୍ପର୍କ ପଦଯାତ୍ରା…..
ଭୁବନେଶ୍ବରରେ ୭ଟି ସ୍ଥାନରେ ରାବଣ ପୋଡି…..
କଟକରେ ଭାଙ୍ଗିଲା ତୋରଣ…..