ରିପୋର୍ଟ କାର୍ଡ / କଟକ
କଂଗ୍ରେସ ବିଧାୟକ ମହମ୍ମଦ ମୋକିମ୍ଙ୍କୁ ଆଶ୍ଵସ୍ତି ମିଳିଛି । ଭିଜିଲାନ୍ସ କୋର୍ଟଙ୍କ ଦଣ୍ଡାଦେଶ ଉପରେ ହାଇକୋର୍ଟ ରହିତାଦେଶ ଜାରି କରିଛନ୍ତି ।ରହିତାଦେଶ ପରେ ମୋକିମଙ୍କ ବିଧାୟକ ପଦ ବଜାୟ ରହିଛି । ଆସନ୍ତା ଫେବୃଆରୀ ୨୨ ତାରିଖରେ ପରବର୍ତ୍ତୀ ଶୁଣାଣି ହେବ। ସୂଚନାନୁଯାୟୀ, ବିଧାୟକ ମହମ୍ମଦ ମୋକିମ୍ଙ୍କୁ ଭିଜିଲାନ୍ସ କୋର୍ଟ ୩ ବର୍ଷ ଜେଲ୍ ଦଣ୍ଡାଦେଶ ଶୁଣାଇଥିଲେ। ଓଆରଏଚଡିସି ଋଣ ଦୁର୍ନୀତି ମାମଲାରେ ମୋକିମ୍ଙ୍କୁ ଦଣ୍ଡାଦେଶ ହୋଇଥିଲା । ଭିଜିଲାନ୍ସ କୋର୍ଟଙ୍କ ରାୟକୁ ଚ୍ୟାଲେଞ୍ଜ୍ କରି ମୋକିମ୍ ହାଇକୋର୍ଟଙ୍କ ଦ୍ଵାରସ୍ଥ ହୋଇଥିଲେ।






More Stories
ଜଳିଗଲା ବସ୍….
କଂଗ୍ରେସ ଛାଡ଼ି ପାରନ୍ତି ସୋଫିଆ ଫିର୍ଦୋସ…..
ନବୀନଙ୍କ ନିର୍ଦ୍ଦେଶରେ ଭୋଟ୍ ଦେଇଛି…..