Report Card Odisha

| Daily Odia News

ମୋକିମଙ୍କ ଆବେଦନ ଖାରଜ କଲେ ହାଇକୋର୍ଟ….

ରିପୋର୍ଟ କାର୍ଡ / କଟକ

ORHDC ଦୁର୍ନୀତି ମାମଲାରେ ମହମ୍ମଦ ମୋକିମଙ୍କୁ ୩ ବର୍ଷ ଦଣ୍ଡାଦେଶ ଶୁଣାଇଥିଲେ ଭୁବନେଶ୍ୱର ଭିଜିଲାନ୍ସ କୋର୍ଟ। ଏହି ମାମଲାରେ ମୋକିମ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ| ଆଜି ମୋକିମଙ୍କ ଆବେଦନକୁ ଖାରଜ କରି ନିମ୍ନ ଅଦାଲତଙ୍କ ରାୟକୁ କାଏମ୍‌ ରଖିଛନ୍ତି ହାଇକୋର୍ଟ । ମୋକିମ୍‌ଙ୍କ ସହିତ ପୂର୍ବତନ ଆଇଏଏସ୍‌ ଅଫିସର ବିନୋଦ କୁମାର, କମ୍ପାନୀ ସେକ୍ରେଟାରୀ ସ୍ୱସ୍ତିରଂଜନ ମହାନ୍ତି ଓ ମେଟ୍ରୋ ବିଲଡର୍ସର ନିର୍ଦ୍ଦେଶକ ପୀୟୂଷ ମହାନ୍ତିଙ୍କୁ ମଧ୍ୟ ୩ ବର୍ଷ ଜେଲ୍‌ ଲେଖାଏଁ ଦଣ୍ଡାଦେଶ ଶୁଣାଇଥିଲେ କୋର୍ଟ। ସେମାନଙ୍କୁ ଜେଲ୍‌ ଦଣ୍ଡ ସହ ସମସ୍ତଙ୍କ ଉପରେ ୫୦ ହଜାର ଟଙ୍କା ଲେଖାଏଁ ଜରିମାନା ଲଗାଇଥିଲେ କୋର୍ଟ। ଜରିମାନା ଅନାଦେୟ ହେଲେ ସେମାନେ ଅଧିକ ୬ ମାସ ଜେଲ୍‌ରେ ରହିବେ ବୋଲି କୋର୍ଟ ତାଙ୍କ ରାୟରେ କହିଥିଲେ।ଏହି ମାମଲାରେ ତଳ କୋର୍ଟ ରାୟ ବିରୋଧରେ ହାଇକୋର୍ଟ ଯିବା ନିମନ୍ତ ମୋକିମ କହିଥିବା ବେଳେ ଆଜି ତାଙ୍କୁ ଶକ୍ତ ଝଟକା ଲାଗିଛି।

Breaking News