Report Card Odisha

| Daily Odia News

ଆଜି ଶପଥ ନେବେ ମୋହନ ମାଝୀ…..

ରିପୋର୍ଟ କାର୍ଡ / ଭୁବନେଶ୍ୱର

କେନ୍ଦୁଝର ବିଧାୟକ ମୋହନ ଚରଣ ମାଝୀ ହେବେ ଓଡ଼ିଶାର ନୂଆ ମୁଖ୍ୟମନ୍ତ୍ରୀ। ଆଜି ସେ ବିଧିବଦ୍ଧ ଭାବେ ଶପଥ ଗ୍ରହଣ କରିବେ। ଭୁବନେଶ୍ୱର ଜନତା ମଇଦାନରେ ହୋଇଛି ଭବ୍ୟ ଆୟୋଜନ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହଙ୍କ ଉପସ୍ଥିତିରେ ଆୟୋଜିତ ହେବ ଶପଥ ଗ୍ରହଣ ଉତ୍ସବ। ଗତକାଲି ବିଜେପି ବିଧାୟକ ଦଳ ବୈଠକରେ ମୁଖ୍ୟମନ୍ତ୍ରୀ ଭାବେ ମୋହନ ଚରଣ ମାଝୀଙ୍କ ନାଁ ଘୋଷଣା ହେବା ପରେ ତାଙ୍କୁ ଅର୍ଡର ଅଫ୍ ଆପଏଣ୍ଟମେଣ୍ଟ ପ୍ରଦାନ କରିଛନ୍ତି ରାଜ୍ୟପାଳ ରଘୁବର ଦାସ। ଏଥିସହ ତାଙ୍କୁ ରାଜ୍ୟରେ ସରକାର ଗଠନ ଲାଗି ଆମନ୍ତ୍ରଣ କରିଛନ୍ତି। ମୁଖ୍ୟମନ୍ତ୍ରୀ ସହ ୨ ଉପମୁଖ୍ୟମନ୍ତ୍ରୀଙ୍କ ନାଁ ମଧ୍ୟ ଘୋଷଣା ହୋଇଛି। ପାଟଣାଗଡ଼ ବିଧାୟକ କନକ ବର୍ଦ୍ଧନ ସିଂହଦେଓ ଏବଂ ନିମାପଡ଼ା ବିଧାୟିକା ପ୍ରଭାତୀ ପରିଡ଼ା ହେବେ ଉପମୁଖ୍ୟମନ୍ତ୍ରୀ। ମୋହନ ଙ୍କ ମନ୍ତ୍ରୀ ମଣ୍ଡଳର ମନ୍ତ୍ରୀ ମାନେ ଶପଥ ନେଇପାରନ୍ତି | ଶପଥଗ୍ରହଣ ଉତ୍ସବ ପାଇଁ କମିସନରେଟ ପୁଲିସ ପକ୍ଷରୁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି। ଏଥିନେଇ ମଙ୍ଗଳବାର କମିସନରେଟ୍ ପୋଲିସ ପକ୍ଷରୁ ଏକ ସମୀକ୍ଷା ବୈଠକ କମିସନର ସଞ୍ଜୟ ପଣ୍ଡାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିଲା। ଶପଥଗ୍ରହଣ ଉତ୍ସବ ଲାଗି ଆଜି କମିସନରେଟ ପୋଲିସ ପକ୍ଷରୁ ଟ୍ରାଫିକ କଟକଣା ଜାରି କରାଯାଇଛି। ଆଜି ଅପରାହ୍ଣ ୨ଟାରୁ ଶପଥ ଗ୍ରହଣ ସମାରୋହ କାର୍ଯ୍ୟକ୍ରମ ଶେଷହେବା ପର୍ଯ୍ୟନ୍ତ ଜୟଦେବ ବିହାରରୁ ନାଲକୋ ଛକ ରାସ୍ତାରେ ଗାଡ଼ି ଚଳାଚଳ ଉପରେ ପୋଲିସ କଟକଣା ଜାରି କରିଛି।

Breaking News