ରିପୋର୍ଟ କାର୍ଡ /ଭୁବନେଶ୍ବର
ଆସନ୍ତା ୨୦ତାରିଖ ଗୁରୁବାର ନୀତିଶ କୁମାରଙ୍କ ଶପଥ ଗ୍ରହଣ ଉତ୍ସବରେ ଯୋଗଦେବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଏ ସମ୍ପର୍କରେ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ କହିଛନ୍ତି, ବିହାର ସରକାରଙ୍କ ଶପଥ ଗ୍ରହଣ କାର୍ଯ୍ୟକ୍ରମରେ ଯୋଗଦେବା ଲାଗି ସ୍ବତନ୍ତ୍ର ନିମନ୍ତ୍ରଣ ମିଳିଛି। ବିହାରରେ ଏନ୍ଡିଏର ବିପୁଳ ବିଜୟ ହୋଇଛି। ତେଣୁ ଏହି କାର୍ଯ୍ୟକ୍ରମରେ ଯୋଗଦେବା ଲାଗି ବିହାର ଯିବି। ବିହାରର ଦଶମ ମୁଖ୍ୟମନ୍ତ୍ରୀ ଭାବେ ଗୁରୁବାର ଶପଥ ନେବେ ନୀତିଶ କୁମାର । ଏଥିପାଇଁ ବିଜେପି ପର୍ଯ୍ୟବେକ୍ଷକ ନିଯୁକ୍ତ କରିଛି । ବିହାର ବିଧାନସଭା ନିର୍ବାଚନରେ ଏନଡିଏର ବିପୁଳ ବିଜୟ ପରେ ନୀତିଶ କୁମାର ଗୁରୁବାର ୨୦ ନଭେମ୍ବର ମୁଖ୍ୟମନ୍ତ୍ରୀ ଭାବରେ ଶପଥ ନେବେ ବୋଲି ଆଶା କରାଯାଉଛି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସମେତ ଏନଡିଏ ଶାସିତ ରାଜ୍ୟର ଅନେକ ମୁଖ୍ୟମନ୍ତ୍ରୀ ଏବଂ ଉପମୁଖ୍ୟମନ୍ତ୍ରୀଙ୍କ ଏହି ଉତ୍ସବରେ ଯୋଗ ଦେବେ ।






More Stories
ସୃଷ୍ଟି ହେଲା ଘୂର୍ଣ୍ଣିବଳୟ,ବାତ୍ୟା ଆଶଙ୍କା…..
ପିଲାଙ୍କୁ ମିଳିବ ୟୁନିଫର୍ମ…..
ବସ୍ତି ବାସିନ୍ଦାଙ୍କୁ ମିଳିବ ଘର…..