ରିପୋର୍ଟ କାର୍ଡ / ଭୁବନେଶ୍ବର
ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଜୁନ୍ ୪ରେ କେରଳ ଛୁଇଁବାର ସମ୍ଭାବନା ରହିଛି। ଏଥର ମୌସୁମୀ ବିଳମ୍ବରେ ଆସିବାକୁ ଥିବା ବେଳେ ଏହା ଉପରେ ଏଲ ନିନୋର ପ୍ରଭାବ ପଡ଼ିବାର ଯଥେଷ୍ଟ ଆଶଙ୍କା ରହିଛି। ତେଣୁ ଜୁନ୍ ମାସରେ ସମଗ୍ର ଦେଶରେ ସ୍ୱାଭାବିକ ଠାରୁ କମ ବର୍ଷା ହୋଇପାରେ ବୋଲି ଆଜି ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି। କେରଳ ଛୁଇଁବାର ୧୦ ଦିନ ପରେ ସାଧାଣତଃ ମୌସୁମୀ ଓଡ଼ିଶାକୁ ଆସିଥାଏ। ତେଣୁ ଜୁନ ୪ରେ ମୌସୁମୀ କେରଳ ଛୁଇଁବାକୁ ଥିବା ବେଳେ ଜୁନ ୧୪ ଅର୍ଥାତ ରଜ ବେଳକୁ ଓଡ଼ିଶାରେ ପ୍ରବେଶ କରିବାର ଯଥେଷ୍ଟ ସମ୍ଭାବନା ରହିଛି।






More Stories
ପ୍ରତିଷ୍ଠା ଦିବସରେ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ,ଗୃହମନ୍ତ୍ରୀ, ମୁଖ୍ୟମନ୍ତ୍ରୀ….
ଓଡ଼ିଶାରେ ପଶିପାରିବ ନାହିଁ ବାହାର ରାଜ୍ୟର ଗାଡ଼ି !…..
ରାଜ୍ୟସଭାରେ ଶପଥ ନେଲେ ଓଡ଼ିଶାରୁ ୩ ସାଂସଦ…..