ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ଗୁଜରାଟ ମୋର୍ବିରେ ଝୁଲାପୋଲ ଦୁର୍ଘଟଣା ମାମଲା ସୁପ୍ରିମକୋର୍ଟରେ ପହଞ୍ଚିଛି । ଏହି ଘଟଣାକୁ ନେଇ ସୁପ୍ରିମକୋର୍ଟରେ ଏକ ଜନସ୍ୱାର୍ଥ ମାମଲା ରୁଜୁ ହୋଇଛି। ଆସନ୍ତା ନଭେମ୍ବର ୧୪ରେ ଏହି ମାମଲାର ପ୍ରଥମ ପର୍ଯ୍ୟାୟ ଶୁଣାଣି ହେବ। ସୂଚନା ମୁତାବକ, ଜଣେ ଆଇନଜୀବୀ ସୁପ୍ରିମକୋର୍ଟରେ ଏହି ଜନସ୍ୱାର୍ଥ ମାମଲା ରୁଜୁ କରିଛନ୍ତି। ଏହି ଅବେଦନକୁ ସର୍ବୋଚ୍ଚ ନ୍ୟାୟାଳୟ ସ୍ୱୀକାର କରିବା ସହ ମାମଲାର ଶୁଣାଣି ଆସନ୍ତା ୧୪ ତାରିଖରେ କରିବାକୁ ଧାର୍ଯ୍ୟ ହୋଇଛି । ପୁରାତନ ସ୍ମାରକ ଏବଂ ସେତୁର ସର୍ବେକ୍ଷେଣ କରାଯାଇ ଏହାର ମୂଲ୍ୟାଙ୍କନ ନିମନ୍ତେ କମିଟି ଗଠନ କରିବାକୁ ଅବେଦନରେ ଦାବି କରାଯାଇଛି। ଗୁଜରାଟ ମୋର୍ବି ଝୁଲା ପୋଲ ଦୁର୍ଘଟଣାରେ ବର୍ତ୍ତମାନ ସୁଦ୍ଧା ୧୪୧ ଜଣଙ୍କ ମୃତ୍ୟୁ ହୋଇଛି। ସାତ ମାସର ମରାମତି ପରେ ବିନା ଫିଟନେସ୍ ସାର୍ଟିଫିକେଟରେ କେମିତି ପୋଲ ଖୋଲିବାକୁ ଅନୁମତି ଦିଆଗଲା ସେ ନେଇ ପ୍ରଶ୍ନ ଉଠିଛି। ଏହି ଘଟଣାରେ ୯ ଜଣଙ୍କୁ ଗିରଫ କରାଯାଇଛି। ସେପେଟେ ଆଜି ମୋର୍ବି ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ଆଉ ଜଣେ ପ୍ରାଣ ହରାଇଥିବା ଜଣାପଡିଛି। ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି
ଗୁଜରାଟ ମୋର୍ବିରେ ଜିଲ୍ଲାରେ ପହଞ୍ଚି ଆକାଶମାର୍ଗରୁ ଘଟଣାସ୍ଥଳ ଅନୁଧ୍ୟାନ କରିଛନ୍ତି | ଦୁର୍ଘଟଣାରେ ଆହତ ହୋଇ ଚିକିତ୍ସାଧୀନ ଥିବା ଲୋକଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭେଟିଥିବା ଜଣାପଡିଛି |






More Stories
ରାଜ୍ୟରେ ଶିକ୍ଷା ବ୍ୟବସ୍ଥାର ବଡ ତ୍ରୁଟି; ବହିରେ ୧୬୭୮ଟି ଭୁଲ ଚିହ୍ନଟ…..
ଭ୍ୟାନ୍ କୂଅକୁ ଖସି ୧୪ ମୃତ…..
ସୂଚନା ଅଧିକାର ଆଇନ ବ୍ୟବସାୟ ପାଲଟିଛି…..