ରିପୋର୍ଟ କାର୍ଡ / ସୁନ୍ଦରଗଡ଼
ସୁନ୍ଦରଗଡ଼ରେ ଆଉ ୧୪ ଜଣ ନୂଆ ସ୍କ୍ରବ୍ ଟାଇଫସ୍ ରୋଗୀ ଚିହ୍ନଟ ହୋଇଛନ୍ତି। ବର୍ତ୍ତମାନ ସୁଦ୍ଧା ସୁନ୍ଦରଗଡ଼ରେ ୨୪୪ ଜଣ ସ୍କ୍ରବ୍ ଟାଇଫସ୍ ରୋଗୀ ଙ୍କ ସଂଖ୍ୟା ପହଞ୍ଚିଛି | ୮୬ଟି ରକ୍ତନମୁନା ପରୀକ୍ଷା ହେବା ପରେ ସେଥିରୁ ୧୪ ଜଣଙ୍କଠାରେ ସ୍କ୍ରବ୍ ଟାଇଫସ୍ ରୋଗ ଚିହଟ ହୋଇଛି। ଏନେଇ ଜିଲ୍ଲା ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ଉଲ୍ଲେଖଯୋଗ୍ୟ, ଗତ ଜାନୁ୍ଆରି ମାସରୁ ଆଜିର ତାରିଖ ଯାଏ ୨୪୪ ଜଣ ସ୍କ୍ରବ୍ ଟାଇଫସ୍ ପଜିଟିଭ ଚିହ୍ନଟ ହୋଇଛନ୍ତି। ତେବେ ବଡ଼ଗାଁ ଅଞ୍ଚଳର ଜଣେ ସଂକ୍ରମିତଙ୍କର ମୃତ୍ୟୁ ହୋଇଥିବାବେଳେ ଅନ୍ୟ ଜଣେ ଆଇସିୟୁରେ ଭର୍ତ୍ତି ହୋଇଥିଲେ। ଅନ୍ୟ ସମସ୍ତ ଆକ୍ରାନ୍ତ ସୁସ୍ଥଥିବା ସ୍ବାସ୍ଥ୍ୟ ବିଭଗ ସୂଚନା ଦିଆଯାଇଛି। ଜିଲ୍ଲାର ସଦର ବ୍ଲକ୍ ମଝାପଡ଼ା ଓ ବାଲିଶଙ୍କରା ବ୍ଲକରୁ ଅଧିକ ରୋଗୀ ଚିହ୍ନଟ ହୋଇଥିଲେ। ଏହି ରୋଗ କୀଟ ଦଂଶନରୁ ହେଉଥିବାରୁ ଜଙ୍ଗଲ ତଥା ବିଲବାଡ଼ିକୁ ଯିବା ସମୟରେ ସମ୍ପୂର୍ଣ ଶରୀରକୁ ଘୋଡ଼ାଇ ରଖିବାକୁ ସ୍ବାସ୍ଥ୍ୟ ବିଭାଗ ପରାମର୍ଶ ଦେଇଛି। ଏହି ରୋଗକୁ ନିୟନ୍ତ୍ରଣ କରିବା ପାଇଁ ଜିଲ୍ଲା ମୁଖ୍ୟ ଡାକ୍ତରଖାନା ଓ ରାଉରକେଲା ସରକାରୀ ଡାକ୍ତରଖାନାରେ ଔଷଧ, ପରୀକ୍ଷା ବ୍ୟବସ୍ଥା ରହିଥିବା ସୂଚନା ଦେଇଛନ୍ତି ଭାରାପ୍ରାପ୍ତ ସିଡିଏମଓ ଡ. କାହ୍ନୁଚରଣ ନାୟକ। ସେପଟେ ସ୍ବାସ୍ଥ୍ୟ ବିଭାଗର ସଚେତନତା ଲୋକଙ୍କ ପାଖରେ ପହଞ୍ଚି ପାରୁନଥିବା ଅଭିଯୋଗ ରହିଛି।






More Stories
ଆଜି ଦେଶବ୍ୟାପି ୬ଘଣ୍ଟିଆ ଧର୍ମଘଟ……
୩୦ ସପ୍ତାହର ଗର୍ଭପାତ ପାଇଁ ଅନୁମତି ଦେଲେ ସୁପ୍ରିମକୋର୍ଟ……
ନମାଜ ସମୟରେ ବିସ୍ଫୋରଣ,୧୦ ମୃତ୍ୟୁ…..