Report Card Odisha

| Daily Odia News

ରାଜ୍ୟରେ ଆଉ ୬୭ ଓମିକ୍ରନ ସଂକ୍ରମିତ ଚିହ୍ନଟ……

Omicron.(IANS Infographics)

ରିପୋର୍ଟ କାର୍ଡ / ଭୁବନେଶ୍ୱର

ରାଜ୍ୟରେ ଆଉ ୬୭ ଓମିକ୍ରନ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ ମୋଟ୍ ଓମିକ୍ରନ ଆକ୍ରାନ୍ତଙ୍କ ସଂଖ୍ୟା ୧୭୦କୁ ବୃଦ୍ଧି ପାଇଛି । ଆଜିର ୬୭ ଜଣ ଓମିକ୍ରନ ଚିହ୍ନଟ ନେଇ ଆଇଏଲଏସ ପକ୍ଷରୁ ରାଜ୍ୟ ସ୍ୱାସ୍ଥ୍ୟ ବିଭାଗକୁ ସୂଚନା ଦିଆଯାଇଛି । ତେବେ ନୂଆ ଭାରିଆଣ୍ଟ ଓମିକ୍ରନକୁ ନେଇ ଆତଙ୍କ ସୃଷ୍ଟି ହେବା ପରଠାରୁ ସଂକ୍ରମଣ ଉଦ୍ଧ୍ୱର୍ଗାମୀ ହେବାରେ ଲାଗିଛି । ତେବେ ଖୋର୍ଦ୍ଧା ଜିଲ୍ଲାରୁ ଅଧିକାଂଶ କୋଭିଡ୍ ସଂକ୍ରମିତ ଚିହ୍ନଟ ହେଉଥିବା ଜଣାପଡ଼ିଛି । ରାଜଧାନୀରେ ବ୍ୟାପକ ଟିକାକରଣ, ସଚେତନତା, ଚଢ଼ାଉ ପରେ ବି ସଂକ୍ରମଣ କମୁନାହିଁ । ଗତ କିଛିଦିନ ତଳେ ସଂକ୍ରମଣ ୧୫ରୁ ୨୦ଟି ଜିଲ୍ଲା ମଧ୍ୟରେ ସୀମିତ ରହୁଥିବା ବେଳେ ଏବେ ଏହା ରାଜ୍ୟବ୍ୟାପୀ ମାଡ଼ିଗଲାଣି ।

Breaking News