ରିପୋର୍ଟ କାର୍ଡ / ଭୁବନେଶ୍ୱର
ବିଧାନସଭାରେ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କଷ୍ଣଚନ୍ଦ୍ର ପାତ୍ର ରାସନ କାର୍ଡକୁ ନେଇ ବଡ଼ ସୂଚନା ପ୍ରଦାନ କରିଛନ୍ତି। ବିଧାନସଭାରେ ବିଧାୟିକା ସୋଫିଆ ଫିରର୍ଦ୍ଦୋସଙ୍କ ପ୍ରଶ୍ନର ଉତ୍ତର ଦେଇ ଖାଦ୍ୟ ଯୋଗାଣ ମନ୍ତ୍ରୀ କହିଛନ୍ତି, ଗତ ୨୦୧୬-୧୭ରୁ ବର୍ତ୍ତମାନ ପର୍ଯ୍ୟନ୍ତ ଯାଞ୍ଚ୍ କରାଯାଇ ୧୬,୨୭,୯୨୦ ଜଣଙ୍କର ରାସନ କାର୍ଡ କଟାଯାଇଛି। ଯାଞ୍ଚ୍ ପରେ ଏସବୁ ହିତାଧିକାରୀମାନେ ଅଯୋଗ୍ୟ ବିବେଚିତ ହୋଇଥିଲେ। ୨୦୧୬-୧୭ରୁ ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟ ସରକାର ରାସନ କାର୍ଡ ତାଲିକାରୁ ମୃତ ଓ ଅଯୋଗ୍ୟ ଆଧାରରେ ୧୬,୨୭,୯୨୦ ଜଣଙ୍କ ନାମ ହଟାଇ ଦେଇଛନ୍ତି। ଏହା ସହିତ ଏହି ସରକାରୀ ସୁଯୋଗରୁ ବଞ୍ଚିତଥିବା ଲୋକଙ୍କୁ ଏଥିରେ ସାମିଲ କରାଯାଇଛି। ସୂଚନାଯୋଗ୍ୟ, ରାଜ୍ୟ ସରକାର ନିକଟରେ ସମସ୍ତ ରାସନ କାର୍ଡ ହିତାଧିକାରୀଙ୍କ କାର୍ଡକୁ ଆଧାର ସହ ଇ-କେୱାଇସି ଲିଙ୍କ୍ କରିବାକୁ ନିର୍ଦ୍ଦେଶ ଦେଇଥିଲେ।






More Stories
ଶୁଭାରମ୍ଭ ହେବ ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା…..
ଆଜି ରାଷ୍ଟ୍ରପତିଙ୍କର ଓଡିଶା ଗସ୍ତର ଦ୍ଵିତୀୟ ଦିନ:ବିରଜା ମନ୍ଦିର ପରିଦର୍ଶନ…..
ଛାଡ଼ପତ୍ରପ୍ରାପ୍ତ ବିବାହିତ ଝିଅଙ୍କୁ ମିଳିବ…..