ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ଦେଶରେ ଗୋଟିଏ ଦିନରେ ୨ ଲକ୍ଷ ୭୩ ହଜାରରୁ ଅଧିକ ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ୧୬୧୯ ମୃତ୍ୟୁ |
ଦୈନିକ ସଂକ୍ରମଣ ହୁ ହୁ ହୋଇ ବଢ଼ିଚାଲିବା ସହିତ ପୁରୁଣା ରେକର୍ଡ ଭାଙ୍ଗିଚାଲିଛି। ଗତ ୨୪ ଘଣ୍ଟାରେ ଦେଶରେ ୨ ଲକ୍ଷ ୭୩ ହଜାର ୮୧୦ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୧ କୋଟି ୫୦ ଲକ୍ଷ ୬୧ହଜାର ୯୧୯ରେ ପହଞ୍ଚିଛି। ସେହିପରି ଦିନକରେ ଆଉ ୧୬୧୯ ଜଣ ସଂକ୍ରମିତ ପ୍ରାଣ ହରାଇଛନ୍ତି। ମୋଟ ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୭୮ ହଜାର ୭୬୯ରେ ପହଞ୍ଚିଛି। ଦେଶରେ ଏବେ ୧୯ ଲକ୍ଷ ୨୯ ହଜାର ୩୨୯ ସକ୍ରିୟ ରୋଗୀ ରହିଥିବାବେଳେ ୧ କୋଟି ୨୯ ଲକ୍ଷ ୫୩ ହଜାର ୮୨୧ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଅନ୍ୟପଟେ ଦେଶରେ ବର୍ତ୍ତମାନ ସୁଦ୍ଧା ୧୨ କୋଟି ୩୮ ଲକ୍ଷ ୫୨ ହଜାର ୫୬୬ ଜଣଙ୍କୁ କରୋନା ଟିକା ଦିଆଯାଇ ସାରିଛି। ଗତ କାଲି ୧୨ ଲକ୍ଷ ୩୦ ହଜାର ୭ ଜଣଙ୍କୁ ଟିକା ପ୍ରଦାନ କରାଯାଇଥିବା କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ମିଳିଛି।






More Stories
ପରବର୍ତ୍ତୀ ସ୍ଥଳସେନା ମୁଖ୍ୟ ଲେଫ୍ଟନାଣ୍ଟ ଜେନେରାଲ୍ ଧୀରଜ ସେଠ୍…..
ନିଟ୍-ୟୁଜି ପରୀକ୍ଷା ସମୟ ଅବଧି ବୃଦ୍ଧି……
ଯଶପାଲ ରାଣାଙ୍କ ପରଲୋକ; ପ୍ରଧାନମନ୍ତ୍ରୀଙ୍କ ଶୋକ…..