ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ଦେଶରେ କରୋନାର ଦ୍ଵିତୀୟ ଲହର ବେକାବୁ ହେଲାଣି। ଦୈନିକ ସଂକ୍ରମଣ ବଢ଼ିବାରେ ଲାଗିଛି | ଦେଶରେ ଗତ ୨୪ ଘଣ୍ଟା ମଧ୍ୟରେ ୯୩ ହଜାର ୨୪୯ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହା ସହିତ ୫୧୩ ସଂକ୍ରମିତଙ୍କ ମୃତ୍ୟୁ ଘଟିଛି। ରବିବାର ସୁଦ୍ଧା ଦେଶରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧ କୋଟି ୨୪ ଲକ୍ଷ ୮୫ ହଜାର ୫୦୯ରେ ପହଞ୍ଚିଛି। ସେହିପରି ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୬୪ ହଜାର ୬୨୩ରେ ପହଞ୍ଚିଛି। ବର୍ତ୍ତମାନ ସୁଦ୍ଧା ୧ କୋଟି ୧୬ ଲକ୍ଷ ୨୯ ହଜାର ୨୮୯ ଜଣ ସୁସ୍ଥ ହୋଇଥିବାବେଳେ ୬ ଲକ୍ଷ ୯୧ ହଜାର ୫୯୭ ଜଣ ସକ୍ରିୟ ରୋଗୀ ରହିଥିବା କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି। ଅନ୍ୟପଟେ କରୋନା ଟିକାକରଣ ଚାଲିଥିବା ସତ୍ବେ ଦେଶରେ ସଂକ୍ରମଣ ବୃଦ୍ଧି ପାଉଥିବାରୁ ଚିନ୍ତା ବୃଦ୍ଧି ପାଇଛି। ବର୍ତ୍ତମାନ ସୁଦ୍ଧା ୭ କୋଟି ୫୯ ଲକ୍ଷ ୭୯ ହଜାର ୬୫୧ ଜଣଙ୍କୁ ଟିକା ଦିଆଯାଇଥିବା ସୂଚନା ମିଳିଛି।
More Stories
ଝଡ଼ବର୍ଷା ନେଲା ୩୦ ଜୀବନ…..
ଯଦି ତୁମେ ଆମ ପାଣି ବନ୍ଦ୍ କର,ଆମେ ନିଶ୍ୱାସ ବନ୍ଦ କରିଦେବୁ…..
ଇସ୍ତଫା ଦେବେ ମହମ୍ମଦ ୟୁନୁସ୍ !…..