ରିପୋର୍ଟକାର୍ଡ / ଭୁବନେଶ୍ୱର
ରାଜ୍ୟରେ ଗ୍ରୀଷ୍ମ ଆରମ୍ଭରୁ ତାପମାତ୍ରା ବୃଦ୍ଧି ପାଇଛି । ଦିନରେ ତାପମାତ୍ରା ୩୯ଂ ଉପରେ ରହୁହିବା ରିପୋର୍ଟ ଆସିଛି । ଯାହାଫଳରେ ବାହାରକୁ ବାହାରିବା କଷ୍ଟ ଦାୟକ ହୋଇପଡୁଛି | ଗ୍ରୀଷ୍ମ ଆରମ୍ଭରୁ ରାଜ୍ୟରେ ଏଭଳି ତାପମାତ୍ରା ବୃଦ୍ଧି ପାଇଛି । ସେପଟେ ଖରାକୁ ଦୃଷ୍ଟିରେ ରଖି ଏପ୍ରିଲ ୪ ତାରିଖରୁ ରାଜ୍ୟର ସମସ୍ତ ଅଧସ୍ତନ କୋର୍ଟ ସକାଳୁଆ ଚାଲିବା ନେଇ ନିଷ୍ପତ୍ତି ନିଆଯାଇଛି । ପୁରୀ, ଭୁବନେଶ୍ୱର, ବ୍ରହ୍ମପୁର, ଛତ୍ରପୁର, କୋରାପୁଟ କୋର୍ଟ ଛାଡ଼ି ସବୁ କୋର୍ଟ ସକାଳୁଆ ହେବ । ସକାଳ ୭ଟାରୁ ଦିନ ୧ ଟା ପର୍ଯ୍ୟନ୍ତ କୋର୍ଟ କାର୍ଯ୍ୟ ଚାଲିବ । ମଝିରେ କେବଳ ଦିନ ୧୦ଟାରୁ ୧୦ଟା ୩୦ ପର୍ଯ୍ୟନ୍ତ ଅଧଘଣ୍ଟା ବିରତି ରହିବ । ଏନେଇ ସବୁ ଜିଲ୍ଲା ଜଜମାନଙ୍କୁ ଚିଠି ଲେଖି ନିର୍ଦ୍ଦେଶ ଦେଇଛନ୍ତି ହାଇକୋର୍ଟ ରେଜିଷ୍ଟ୍ରାର ।






More Stories
‘ଇ-ଡିଟେକ୍ସନ୍’;ଆପେଆପେ କଟିବ ଚାଲାଣ….
ଦଶମ-ଦ୍ବାଦଶ ପାଇଁ ଗୋଟିଏ ବୋର୍ଡ;ମିଳିବ ନିଯୁକ୍ତି……
ଡିଜିପି ମନୋନୟନ ମାମଲା;ଆଜି ସୁପ୍ରିମକୋର୍ଟରେ ଶୁଣାଣି…..