Report Card Odisha

| Daily Odia News

ଖୁବଶୀଘ୍ର ସକାଳୁଆ ସ୍କୁଲ…..

ରିପୋର୍ଟ କାର୍ଡ / ଭୁବନେଶ୍ୱର

ରାଜ୍ୟରେ କିଛଦିନ ହେଲା ଗ୍ରୀଷ୍ମ ଲହରୀ ଅନୁଭୂତ ହୋଇଛି । ଏଭଳିସ୍ଥିତିରେ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ରବିବାର ଏକ ବଡ଼ ସୂଚନା ଦେଇଛନ୍ତି। ରାଜ୍ୟରେ ବଢୁଥିବା ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଖୁବଶୀଘ୍ର ସକାଳୁଆ ସ୍କୁଲ ହେବ ବୋଲି ଗଣଶିକ୍ଷା ମନ୍ତ୍ରୀ ଗଣମାଧ୍ୟମକୁ ପ୍ରକାଶ କରିଛନ୍ତି। ଏନେଇ ସରକାର ଆଲୋଚନା କରୁଛନ୍ତି। ତୁରନ୍ତ ସରକାର ସକାଳୁଆ ସ୍କୁଲ ନେଇ ନିଷ୍ପତ୍ତି ନେବେ ବୋଲି ମନ୍ତ୍ରୀ କହିଛନ୍ତି। ଅନ୍ୟପକ୍ଷେ ଆସନ୍ତା ୩ ଦିନ ପାଇଁ ରାଜ୍ୟରେ ହିଟୱେଭ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। ସୂଚନା ଯୋଗ୍ୟ, ଶନିବାର ପଶ୍ଚିମ ଓଡ଼ିଶାରେ ପ୍ରବଳ ତାତି ଅନୁଭୂତ ହୋଇଥିଲା। ୪୨.୫ ଡିଗ୍ରୀ ସହ ବୌଦ୍ଧ ଦେଶରେ ସବୁଠୁ ଉତ୍ତପ୍ତ ସହର ହୋଇଥିଲା। ସେହିପରି ସମ୍ବଲପୁର ୪୨.୨, ଝାରସୁଗୁଡ଼ା ୪୧.୮ ଡିଗ୍ରୀ ରହିଥିଲା। ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ରବିବାରଠାରୁ ୩ ଜିଲା ଝାରସୁଗୁଡ଼ା, କଳାହାଣ୍ଡି ଓ ସମ୍ବଲପୁରକୁ ରେଡ୍‌ ୱାର୍ଣ୍ଣିଂ ଜାରି କରାଯାଇଛି। ସେହିପରି ୪ ଜିଲାକୁ ଅରେଞ୍ଜ ଏବଂ ୧୬ ଜିଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ୩ ଦିନ ପର୍ଯ୍ୟନ୍ତ ତାତିରୁ ତ୍ରାହି ମିଳିବ ନାହିଁ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ।

Breaking News