Report Card Odisha

| Daily Odia News

୧୭ରୁ ସକାଳୁଆ ସ୍କୁଲ…..

ରିପୋର୍ଟ କାର୍ଡ / ଭୁବନେଶ୍ବର

ରାଜ୍ୟ ସରକାରଙ୍କ ନିଷ୍ପତ୍ତି କ୍ରମେ ଏପ୍ରିଲ ୧୭ରୁ ସମସ୍ତ ସରକାରୀ ଓ ବେସରକାରୀ ଅନୁଦାନପ୍ରାପ୍ତ ସ୍କୁଲରେ ପ୍ରଥମରୁ ଦ୍ବାଦଶ ‌ଶ୍ରେଣୀ ପର୍ଯ୍ୟନ୍ତ ପାଠପଢ଼ା ସକାଳ ୬ଟା ୩୦ରୁ ଆରମ୍ଭ ହୋଇ ଦିନ ୧୧ଟା ପର୍ଯ୍ୟନ୍ତ ଚାଲିବ। ସ୍ଥଳବିଶେଷରେ ଗ୍ରୀଷ୍ମପ୍ରବାହକୁ ଦୃଷ୍ଟିରେ ରଖି ଜିଲ୍ଲାପାଳମାନେ ସେମାନଙ୍କ ଜିଲ୍ଲାର ସ୍କୁଲର ସମୟ ନିର୍ଘଣ୍ଟକୁ ପରିବର୍ତ୍ତନ କରିପାରିବେ। ସ୍କୁଲ କର୍ତ୍ତୃପକ୍ଷ ପାନୀୟ ଜଳ ଓ ଅନ୍ୟାନ୍ୟ ସୁବିଧା ଉପଲବ୍ଧ କରାଇବାକୁ ପଦକ୍ଷେପ ନେବାକୁ କୁହାଯାଇଛି।

Breaking News