ରିପୋର୍ଟ କାର୍ଡ / ନୟାଗଡ଼
ନୟାଗଡ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟର ଶୌଚାଳୟ ପରିସରରେ ମୃତ ଛୁଆ ଜନ୍ମ କରିଛନ୍ତି ଯୁକ୍ତ ତିନି ଦ୍ବିତୀୟ ବର୍ଷର ଛନ୍ତି । ଛାତ୍ରୀ ନୟାଗଡ ସ୍ବୟଂଶାସିତ ମହାବିଦ୍ୟାଳୟର ଛାତ୍ରୀ ନିବାସ(ହଷ୍ଟେଲ)ରେ ରହୁଥିବା ବେଳେ ଘର କନ୍ଧମାଳ ଜିଲ୍ଲା ରାଇକିଆ ଅଞ୍ଚଳରେ ବୋଲି ଜଣାପଡିଛି । ସେ ଛାତ୍ରୀ ନିବାସରେ ୨ବର୍ଷ ହେଲା ରହୁଥିଲେ। ଗୁରୁବାର ସକାଳେ ଛାତ୍ରୀଜଣଙ୍କର ପେଟ କାଟିଥିଲା। ପେଟ କଟିବାରୁ ହଷ୍ଟେଲ କର୍ତ୍ତୃପକ୍ଷ ଛାତ୍ରୀଙ୍କୁ ଜିଲା ମୁଖ୍ୟ ଚିକିତ୍ସାଳୟର ଭର୍ର୍ତ୍ତି କରିଥିଲେ। ଡାକ୍ତର ପ୍ରାଥମିକ ଚିକିତ୍ସା କରିବା ପରେ ଛାତ୍ରୀଜଣକ ପରିସ୍ରା କରିବାକୁ ଯାଇ ଶୌଚାଳୟ ଭିତରେ ଏକ ମୃତ ଛୁଆକୁ ଜନ୍ମ ଦେଇଥିଲେ । ପ୍ରସବ ପରେ ଛାତ୍ରୀ ଜିଲା ମୁଖ୍ୟ ଚିକିତ୍ସାଳୟର ମାତୃ ଶିଶୁ ଚିକିତ୍ସାଳୟରେ ଚିକିତ୍ସିତ ହେଉଛନ୍ତି। ଅନ୍ୟପକ୍ଷେ ହଷ୍ଟେଲ କର୍ତ୍ତୃପକ୍ଷ ଛାତ୍ରୀଙ୍କର ପରିବାର ସଦସ୍ୟଙ୍କୁ ଘଟଣା ସମ୍ପର୍କରେ ଅବଗତ କରାଇଥିବା ଜଣାପଡିଛି। ତେବେ ଛାତ୍ରୀ ଗର୍ଭବତୀ ଥିବା ସମ୍ପର୍କରେ ହଷ୍ଟେଲ କର୍ତ୍ତୃପକ୍ଷ କିଛି ଜାଣିନଥିବା ସୁପରିଣ୍ଟେଣ୍ଡେଣ୍ଟ କହିଛନ୍ତି । ଏହାକୁ ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ହଷ୍ଟେଲକୁ କିଛି ଦିନ ବ୍ୟବଧାନରେ ଚେକ୍ ଅପ୍ ପାଇଁ ଡାକ୍ତର ଆସୁଥିଲେ ମଧ୍ୟ ଘଟଣା ସମ୍ପର୍କରେ କିପରି କିଛି ଜଣାପଡିଲା ନାହିଁ ତାହା ସାଧାରଣରେ ଆଲୋଚନାର ବିଷୟ ।






More Stories
ଶ୍ରୀମନ୍ଦିର ଭିତରେ ମୋବାଇଲରେ କଥା ହେଲେ ଶ୍ରଦ୍ଧାଳୁ…..
ଫେବୃଆରୀରୁ ଆରମ୍ଭ ହେବ ସ୍ୱଚ୍ଛ ସର୍ବେକ୍ଷଣ…..
ରାଉରକେଲା ବିମାନ ଦୁର୍ଘଟଣା:ଆବଶ୍ୟକ ପଡିଲେ ଏୟାର ଲିଫ୍ଟିଙ୍ଗ…..