ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
କରୋନା ମୃତକଙ୍କ ପରିବାରଲୋକଙ୍କୁ ମିଳିବ ୧ ଲକ୍ଷ ଟଙ୍କାର ସହାୟତା । ଏଭଳି ଘୋଷଣା କରିଛନ୍ତି ମଧ୍ୟପ୍ରଦେଶର ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହାନ । ସେ କହିଛନ୍ତି ଯେ, କରୋନା ଯୋଗୁଁ ମୃତ୍ୟୁ ହୋଇଥିବା ବ୍ୟକ୍ତିଙ୍କ ପରିବାରକୁ ସରକାରଙ୍କ ତରଫରୁ ୧ ଲକ୍ଷ ଟଙ୍କା ପ୍ରଦାନ କରାଯିବ । ଗୁରୁବାର ଦିନ ବିଜେପି ବିଧାୟକଙ୍କ ସହ ଆଲୋଚନା ବେଳେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ରାଜ୍ୟର କରୋନାର ଦ୍ବିତୀୟ ଲହରରେ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ପରିବାରକୁ ରାଜ୍ୟ ସରକାର ୧ ଲକ୍ଷ ଟଙ୍କା ଲେଖାଏଁ ସହାୟତା ପ୍ରଦାନ କରିବେ । ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହାନ କହିଥିଲେ ଯେ, ମୁଁ ଆଜି ବିଧାୟକ ବନ୍ଧୁମାନଙ୍କୁ କହୁଛି ଯେ ଆମେ ଆଉ ଏକ ବ୍ୟବସ୍ଥା କରୁଛୁ । ଏହି ବ୍ୟବସ୍ଥା ହେଉଛି କୋଭିଡ୍-୧୯ର ଦ୍ବିତୀୟ ଲହର ଯୋଗୁଁ ମୃତ ବ୍ୟକ୍ତିଙ୍କ ପରିବାରକୁ ୧ ଲକ୍ଷ ଟଙ୍କାର ଅନୁକମ୍ପା ରାଶି ଦିଆଯିବ ।






More Stories
ଆଜିଠୁ ଏଆଇ ଇମ୍ପାକ୍ଟ ଏକ୍ସପୋ ୨୦୨୬…..
ଏପ୍ରିଲ ୨୨ରେ କେଦାରନାଥ…..
ତାରିକ ରହମାନଙ୍କ ଶପଥ ଗ୍ରହଣରେ ଯୋଗଦେବେ ଓମ୍ ବିର୍ଲା…..