ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
କରୋନା ମୃତକଙ୍କ ପରିବାରଲୋକଙ୍କୁ ମିଳିବ ୧ ଲକ୍ଷ ଟଙ୍କାର ସହାୟତା । ଏଭଳି ଘୋଷଣା କରିଛନ୍ତି ମଧ୍ୟପ୍ରଦେଶର ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହାନ । ସେ କହିଛନ୍ତି ଯେ, କରୋନା ଯୋଗୁଁ ମୃତ୍ୟୁ ହୋଇଥିବା ବ୍ୟକ୍ତିଙ୍କ ପରିବାରକୁ ସରକାରଙ୍କ ତରଫରୁ ୧ ଲକ୍ଷ ଟଙ୍କା ପ୍ରଦାନ କରାଯିବ । ଗୁରୁବାର ଦିନ ବିଜେପି ବିଧାୟକଙ୍କ ସହ ଆଲୋଚନା ବେଳେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ରାଜ୍ୟର କରୋନାର ଦ୍ବିତୀୟ ଲହରରେ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ପରିବାରକୁ ରାଜ୍ୟ ସରକାର ୧ ଲକ୍ଷ ଟଙ୍କା ଲେଖାଏଁ ସହାୟତା ପ୍ରଦାନ କରିବେ । ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହାନ କହିଥିଲେ ଯେ, ମୁଁ ଆଜି ବିଧାୟକ ବନ୍ଧୁମାନଙ୍କୁ କହୁଛି ଯେ ଆମେ ଆଉ ଏକ ବ୍ୟବସ୍ଥା କରୁଛୁ । ଏହି ବ୍ୟବସ୍ଥା ହେଉଛି କୋଭିଡ୍-୧୯ର ଦ୍ବିତୀୟ ଲହର ଯୋଗୁଁ ମୃତ ବ୍ୟକ୍ତିଙ୍କ ପରିବାରକୁ ୧ ଲକ୍ଷ ଟଙ୍କାର ଅନୁକମ୍ପା ରାଶି ଦିଆଯିବ ।
More Stories
୪ ବ୍ୟକ୍ତିଙ୍କୁ ରାଜ୍ୟସଭାକୁ ମନୋନୀତ କଲେ ରାଷ୍ଟ୍ରପତି…..
ଫାସ୍ଟ୍ୟାଗ୍ ନ ଲଗାଇଲେ ହେବେ କଳାତାଲିକାଭୁକ୍ତ….
ୟୁକ୍ରେନ ଉପରେ ରୁଷର ୭୦୦ ଡ୍ରୋନ ମାଡ଼…..