ରିପୋର୍ଟ କାର୍ଡ / ଭୁବନେଶ୍ୱର
ଗଞ୍ଜାମରୁ ପିକନିକ ଯାଉଥିବା ଏକ ଗାଡ଼ି ବାଲୁଗାଁ ଠାରେ ଦୁର୍ଘଟଣା ଗ୍ରସ୍ତ ହେଇଥିବା ଏବଂ ଏଥିରେ ରଙ୍ଗେଇଲୁଣ୍ଡା ଅଞ୍ଚଳର ତିନି ଜଣ ଛାତ୍ରଙ୍କ ମୃତ୍ୟୁ ଘଟଣାରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି । ଶୋକସନ୍ତପ୍ତ ପରିବାର ମାନଙ୍କୁ ଗଭୀର ସମବେଦନା ଜଣାଇବା ସହିତ ମୃତକଙ୍କ ନିକଟତମ ଆତ୍ମୀୟଙ୍କ ପାଇଁ ମୁଖ୍ୟମନ୍ତ୍ରୀ ଦୁଇ ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପାମୂଳକ ସହାୟତା ଘୋଷଣା କରିଛନ୍ତି । ଏହା ସହିତ ଦୁର୍ଘଟଣାରେ ଆହତ ଛାତ୍ର ମାନଙ୍କୁ ଉତ୍ତମ ଚିକିତ୍ସା ସେବା ଯୋଗାଇ ଦେବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି ଏବଂ ସେମାନଙ୍କର ଆଶୁ ଆରୋଗ୍ୟ କାମନା କରିଛନ୍ତି ।






More Stories
ମାଗଣା ଶିକ୍ଷାକୁ ନେଇ ଦ୍ୱନ୍ଦ୍ୱ ଦୂର କଲେ ଉଚ୍ଚଶିକ୍ଷା ମନ୍ତ୍ରୀ…..
ସୁଭଦ୍ରା ଯୋଜନାକୁ ନେଇ ବଡ଼ ଘୋଷଣା…..
ସ୍ୱନକ୍ଷତ୍ର ଉତ୍ସବରେ ୬୬୨ବର୍ଗ କଲେଜ ସଂଘର ଶପଥ……