Report Card Odisha

| Daily Odia News

ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୪୫୬କୁ ବୃଦ୍ଧି…..

ରିପୋର୍ଟ କାର୍ଡ / ଭୁବନେଶ୍ବର

ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢୁଥିବା ବେଳେ କରୋନା ମୃତକଙ୍କ ସଂଖ୍ୟା ମଧ୍ୟ ବଢିବାରେ ଲାଗିଛି । ଆଜି ରାଜ୍ୟରେ ୨୬ ଜଣ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୪୫୬କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୬ଜଣ ଓ କଳାହାଣ୍ଡି ଜିଲ୍ଲାରୁ ୪ଜଣ ରହିଛନ୍ତି । ଗଞ୍ଜାମ ଓ ପୁରୀ ୩ଜଣ ଲେଖାଏଁ ରହିଥିବା ବେଳେ ଅନୁଗୁଳ, ବାଲେଶ୍ୱର ଓ ସୁନ୍ଦରଗଡ଼ ଜିଲ୍ଲାରୁ ୨ଜଣ ଲେଖାଏଁ ରହିଛନ୍ତି । ସେହିପରି ବୌଦ୍ଧ, ଗଜପତି, କୋରାପୁଟ, ନୂଆପଡ଼ା ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।

Breaking News