ରିପୋର୍ଟ କାର୍ଡ / ଭୁବନେଶ୍ୱର
ରାଜଧାନୀ ଭୁବନେଶ୍ୱର ନାଲକୋ ଛକରେ ଥିବା ଏକ ଗଛରେ ଜଣେ ଯୁବକଙ୍କ ମୃତଦେହ ଝୁଲନ୍ତା ଅବସ୍ଥାରେ ଉଦ୍ଧର ହୋଇଛି । ଯୁବକଙ୍କୁ କେହି ହତ୍ୟା ପରେ ଏଠାରେ ଟାଙ୍ଗିଦେଇଥିବା ସନ୍ଦେହ କରାଯାଉଛି । ସୂଚନାନୁସାରେ, ଶୁକ୍ରବାର ସକାଳେ ଭୁବନେଶ୍ୱର ନାଲକୋ ଛକରେ ଥିବା ଏକ ଗଛରେ ଜଣେ ଯୁବକଙ୍କ ମୃତଦେହ ମିଳିଛି । ମୃତଦେହଟି ଗଛରେ ଝୁଲୁଥିବା ସ୍ଥାନୀୟ ଲୋକେ ଦେଖିବାକୁ ପାଇଥିଲେ । ପରେ ସେମାନେ ପୋଲିସକୁ ଖବର ଦେଇଥିଲେ । ଯୁବକଙ୍କ ବେକରେ ଏକ ଗାମୁଛା ବନ୍ଧା ଯାଇଥିବା ବେଲେ ସେ ତଳେ ବସିରହିଥିବା ଦେଖିବାକୁ ମିଳିଛି । ମୃତ ଯୁବକଙ୍କର ପରିଚୟ ମିଳିପାରିନାହିଁ । ତେବେ ପୋଲିସ ଘଟଣାସ୍ଥଳରେ ପହଁଚି ମୃତଦେହକୁ ବ୍ୟବଚ୍ଛେଦ ପାଇଁ ପଠାଇବା ସହ ତଦନ୍ତ ଆରମ୍ଭ କରିଛି ।






More Stories
ଚନ୍ଦ୍ରଶେଖରପୁରରେ ଯୁବକଙ୍କ ମୃତ୍ୟୁ: ଥାର୍ ଚଢାଇ ହତ୍ୟା!…..
ପୁଣି ୨ ଅଭିଯୁକ୍ତଙ୍କୁ ଏନ୍କାଉଣ୍ଟର…..
ଟ୍ରେନ୍ରେ ସେଲ୍ଫି ନେବା ବେଳେ ଜଳିଗଲେ…..