ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂହ ଧୋନିଙ୍କୁ ଚଳିତ ଝାଡ଼ଖଣ୍ଡ ବିଧାନସଭା ନିର୍ବାଚନ ପାଇଁ ରାଜ୍ୟର ବ୍ରାଣ୍ଡ ଆମ୍ବାସାଡର ନିଯୁକ୍ତ କରାଯାଇଛି। ମତଦାନ ପାଇଁ ଲୋକଙ୍କୁ ସଚେତନ କରାଇବା ନେଇ ନିର୍ବାଚନ ଆୟୋଗଙ୍କ କାର୍ଯ୍ୟକ୍ରମର ଅଂଶ ହେବେ ମାହି। ଝାଡ଼ଖଣ୍ଡର ମୁଖ୍ୟ ନିର୍ବାଚନ ଅଧିକାରୀ କେ.ରବି କୁମାର ଏନେଇ ସୂଚନା ଦେଇ କହିଛନ୍ତି, ଲୋକପ୍ରିୟ କ୍ରିକେଟର ମହେନ୍ଦ୍ର ସିଂହ ଧୋନି ଝାଡ଼ଖଣ୍ଡ ବିଧାନସଭା ନିର୍ବାଚନରେ ନିର୍ବାଚନ ଆୟୋଗଙ୍କ ସଚେତନତା ଅଭିଯାନର ଅଂଶ ହେବେ। ନିର୍ବାଚନ ଆୟୋଗଙ୍କ ଭୋଟର ସଚେତନତା କାର୍ଯ୍ୟକ୍ରମରେ ଧୋନିଙ୍କ ଫଟୋ ମଧ୍ୟ ବ୍ୟବହାର କରାଯିବ। ଅଧିକରୁ ଅଧିକ ସଂଖ୍ୟାରେ ଭୋଟରଙ୍କୁ ମତଦାନ ସାବ୍ୟସ୍ତ କରିବାକୁ ଉତ୍ସାହିତ କରିବା ପାଇଁ ତାଙ୍କର ଯୋଗଦାନ ବେଶ ଫଳପ୍ରଦ ହେବ ବୋଲି ଆଶା କରାଯାଉଛି।






More Stories
ଆଜି ସାରା ଦେଶରେ ଔଷଧ ଦୋକାନ ବନ୍ଦ…..
ଦେଶ ଏକ ବଡ଼ ‘ଆର୍ଥିକ ଝଡ଼’ର ସମ୍ମୁଖୀନ ହେବାକୁ ଯାଉଛି…..
୨୦ରେ ମିଳିବନି ଔଷଧ…..