ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ମହାରାଷ୍ଟ୍ରର ଥାନାରେ ଏକ କେମିକାଲ ଫ୍ୟାକ୍ଟ୍ରିରେ ଘଟିଛି ଭୟଙ୍କର ବିସ୍ଫୋରଣ । ଏଥିରେ ଜଣେ ଶ୍ରମିକଙ୍କର ଘଟଣାସ୍ଥଳରେ ମୃତ୍ୟୁ ହୋଇ ଯାଇଥିବା ବେଳେ ୪ ଜଣ ଗୁରୁତର ହୋଇଛନ୍ତି। ଗତକାଲି ରାତିରେ ଥାନେର ବଦଲାପୁରରେ ଥିବା ଏକ ଫ୍ୟାକ୍ଟ୍ରିରେ ଏହି ଅଗ୍ନିକାଣ୍ଡ ଘଟିଛି। କମ୍ପାନୀ କର୍ମଚାରୀଙ୍କ କହିବା ମୁତାବକ, ଫ୍ୟାକ୍ଟ୍ରି ବାହାରେ ଦୁଇଟି ଅଟୋ ଛିଡ଼ା ହୋଇଥିଲା। ପ୍ରଥମେ, ଏକ ଅଟୋରେ ବିସ୍ଫୋରଣ ହୋଇଥିଲା। ତାହା ଏକ ଶକ୍ତିଶାଳୀ ଥିଲା ଯେ, ନିଆଁ କମ୍ପାନୀ ଭିତରକୁ ବ୍ୟାପି ଯାଇଥିଲା। ଏହି ବିସ୍ଫୋରଣରେ କମ୍ପାନୀରେ କାମ କରୁଥିବା ଜଣେ ଶ୍ରମିକଙ୍କ ମୃତ୍ୟୁ ହୋଇଥିବା ବେଳେ ୪ ଜଣ ଗୁରୁତର ହୋଇଛନ୍ତି। ଖବର ପାଇ ଅଗ୍ନିଶମ ବାହୀନି ଘଟଣାସ୍ଥଳରେ ପହଞ୍ଚିଥିଲେ। ମାତ୍ର ନିଆଁ ଲିଭାଇବାକୁ ସେମାନଙ୍କୁ ଖୁବ୍ ପରିଶ୍ରମ କରିବାକୁ ପଡ଼ିଥିଲା। ଦୀର୍ଘ ଘଣ୍ଟାର ପରିଶ୍ରମ ପରେ ନିଆଁକୁ କାବୁ କରାଯାଇଥିଲା।






More Stories
ଅସ୍ତ୍ର ବିରତି ସତ୍ତ୍ବେ ଇସ୍ରାଏଲର ଆକ୍ରମଣ ଜାରି….
ସାରା ରାଜ୍ୟ ଉପରେ ରହିବ ସରକାରଙ୍କ ନଜର….
ଆଜି ଆସାମ,କେରଳ ଓ ପୁଡୁଚେରୀ ନିର୍ବାଚନ…..