ରିପୋର୍ଟ କାର୍ଡ / ମୁମ୍ବଇ
ବର୍ଷାରେ ବେହାଲ ହୋଇଛି ମୁମ୍ବଇ। ପ୍ରବଳ ବର୍ଷା କାରଣରୁ ଅନେକ ସ୍ଥାନରେ ପାଣି ଜମି ରହିଥିବା ବେଳେ ମୁମ୍ବଇର ମଲାଡ ଅଞ୍ଚଳରେ ଗତକାଲି ବିଳମ୍ବିତ ରାତିରେ ୪ ମହଲା କୋଠା ଭୁଷୁଡି ପ୍ରାୟ ୧୧ ଜଣଙ୍କର ମୃତ୍ୟୁ ହୋଇଥିବା ନେଇ ସୂଚନା ମିଳିଛି। ଏହାସହ ଅନେକ ଲୋକ ଆହତ ହୋଇଛନ୍ତି। ଏହାସହ ଅନେକ ଲୋକ ଏବେ ମଧ୍ୟ କୋଠା ତଳେ ଦବି ରହିଛନ୍ତି ବୋଲି ଆଶଙ୍କା କରାଯାଉଛି। ଖବର ପାଇ ପୋଲିସ ଓ ଦମକଳ କର୍ମଚାରୀ,ଉଦ୍ଧାରକାରୀ ଦଳ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାରକାର୍ଯ୍ୟ ଜାରି ରଖିଛନ୍ତି। ଆହତଙ୍କୁ ଉଦ୍ଧାର କରାଯାଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଏହି ଘଟଣାରେ ୮ ଶିଶୁ ଓ ୩ ବୟସ୍କଙ୍କ ମୃତ୍ୟୁ ହୋଇଛି ବୋଲି ପ୍ରାଥମିକ ତଦନ୍ତରୁ ଜଣାପଡିଛି। ବିଏମସି କହିବା ଅନୁଯାୟୀ, ଏହି ଭୁଷୁଡି ଥିବା କୋଠା ନିକଟରେ ଆଉ ଏକ କୋଠା ମଧ୍ୟ ଧସି ହୋଇ ରହିଛି। ତାହା ସମ୍ପୂର୍ଣ୍ଣ ଧସି ନଥିଲେ ମଧ୍ୟ ବିପଦ ସଙ୍କୁଳ ଅବସ୍ଥାରେ ଥିବାରୁ ସେଠାରୁ ଲୋକଙ୍କୁ ସୁରକ୍ଷିତ ସ୍ଥାନକୁ ଉଦ୍ଧାର କରାଯାଇଛି।






More Stories
ଯୁବଶକ୍ତି ଦେଶର ସବୁଠୁ ମୂଲ୍ୟବାନ ସମ୍ପତ୍ତି…..
“ଆଜି,ଭାରତ ଏକ ସ୍ଥିର ସରକାର ସହିତ ବିଶ୍ୱ ସ୍ତରରେ ପ୍ରଗତି କରୁଛି……
BCIକୁ CJIଙ୍କ ପରାମର୍ଶ…..