ରିପୋର୍ଟ କାର୍ଡ / ଭୁବନେଶ୍ୱର
ଆସନ୍ତାକାଲି ଶେଷ ହେଉଛି ପଂଚାୟତ ନିର୍ବାଚନ | ଏହାପରେ ଖୁବଶୀଘ୍ର ଘୋଷଣା ହୋଇପାରେ ପୌର ନିର୍ବାଚନ ତାରିଖ । ପୌର ନିର୍ବାଚନ ପାଇଁ ରାଜ୍ୟ ସରକାର ପ୍ରସ୍ତୁତ ଅଛନ୍ତି । ସମସ୍ତ ପ୍ରସ୍ତୁତି ଶେଷ କରିବା ପରେ ଗୃହ ଓ ନଗର ଉନ୍ନୟନ ବିଭାଗ ବିଜ୍ଞପ୍ତି ମାଧ୍ୟମରେ ପୌର ନିର୍ବାଚନ ପାଇଁ ଆହ୍ବାନ କରିଛି । ଏନେଇ ରାଜ୍ୟ ନିର୍ବାଚନ ଆୟୋଗଙ୍କୁ ଜଣାଯାଇଛି। ପୌର ପରିଷଦ, ବିଜ୍ଞାପିତ ଅଞ୍ଚଳ ପରିଷଦ, ମହାନଗର ନିଗମରେ କାଉନସିଲର, କର୍ପୋରେଟର, ପୌରାଧ୍ୟକ୍ଷ ଓ ମେୟର ପାଇଁ ନିର୍ବାଚନ ହେବ । ୪୮ଟି ପୌର ପରିଷଦ, ୫୯ଟି ବିଜ୍ଞାପିତ ଅଞ୍ଚଳ ପରିଷଦ ଓ ୩ଟି ମହାନଗରରେ ହେବ ନିର୍ବାଚନ ।






More Stories
ବିଜୁ ବାବୁଙ୍କ ଅଧୁରା ସ୍ବପ୍ନକୁ ପୂରଣ କରିବ ଆମ ସରକାର…..
ପୁଣି ରାଜ୍ୟସଭାର ଉପାଧ୍ୟକ୍ଷ ହେଲେ ହରିବଂଶ ନାରାୟଣ…..
ଓଏଏସ୍ ଅଧିକାରୀସ୍ତରରେ ଅଦଳବଦଳ……