ରିପୋର୍ଟ କାର୍ଡ / ଭୁବନେଶ୍ୱର
ଆସନ୍ତାକାଲି ଶେଷ ହେଉଛି ପଂଚାୟତ ନିର୍ବାଚନ | ଏହାପରେ ଖୁବଶୀଘ୍ର ଘୋଷଣା ହୋଇପାରେ ପୌର ନିର୍ବାଚନ ତାରିଖ । ପୌର ନିର୍ବାଚନ ପାଇଁ ରାଜ୍ୟ ସରକାର ପ୍ରସ୍ତୁତ ଅଛନ୍ତି । ସମସ୍ତ ପ୍ରସ୍ତୁତି ଶେଷ କରିବା ପରେ ଗୃହ ଓ ନଗର ଉନ୍ନୟନ ବିଭାଗ ବିଜ୍ଞପ୍ତି ମାଧ୍ୟମରେ ପୌର ନିର୍ବାଚନ ପାଇଁ ଆହ୍ବାନ କରିଛି । ଏନେଇ ରାଜ୍ୟ ନିର୍ବାଚନ ଆୟୋଗଙ୍କୁ ଜଣାଯାଇଛି। ପୌର ପରିଷଦ, ବିଜ୍ଞାପିତ ଅଞ୍ଚଳ ପରିଷଦ, ମହାନଗର ନିଗମରେ କାଉନସିଲର, କର୍ପୋରେଟର, ପୌରାଧ୍ୟକ୍ଷ ଓ ମେୟର ପାଇଁ ନିର୍ବାଚନ ହେବ । ୪୮ଟି ପୌର ପରିଷଦ, ୫୯ଟି ବିଜ୍ଞାପିତ ଅଞ୍ଚଳ ପରିଷଦ ଓ ୩ଟି ମହାନଗରରେ ହେବ ନିର୍ବାଚନ ।
More Stories
କର୍ମଚାରୀ ବଦଳି ଓ ନିଯୁକ୍ତି ପାଇଁ ନୂଆ ନୀତି…..
ରାହୁଲଙ୍କ ଦ୍ୱାରା ହୋଇଥିବା ଅଭିଯୋଗ ଭିତ୍ତିହୀନ…..
ଯାତ୍ରୀଙ୍କୁ ଚାପୁଡା ମାରିଲେ ଆମ ବସ୍ କଣ୍ଡକ୍ଟର…..