ରିପୋର୍ଟ କାର୍ଡ / ଭୁବନେଶ୍ବର
ଆଜି ପୌରନିର୍ବାଚନ ପାଇଁ ଭୋଟ ଗ୍ରହଣ ଜାରିରହିଛି | ସକାଳ ୧୧ଟା ସୁଦ୍ଧା ୨୧ ପ୍ରତିଶତ ପୋଲିଂ ହୋଇଥିବା ସୂଚନା ମିଳିଛି । ବେଶ୍ ସୁରୁଖୁରୁ ଓ ଶାନ୍ତିଶୃଙ୍ଖଳା ସହ ଭୋଟଦାନ ଜାରି ରହିଛି । ଏନେଇ ରାଜ୍ୟ ନିର୍ବାଚନ କମିଶନଙ୍କ କାର୍ଯ୍ୟାଳୟରୁ ପକ୍ଷରୁ ସୂଚନା ଦିଆଯାଇଛି । ସୂଚନାଯୋଗ୍ୟ ଯେ, ରାଜ୍ୟର ୪୭ଟି ମ୍ୟୁନିସପାଲଟି, ୫୯ଟି ଏନ୍ ଏସି ଏବଂ ୩ଟି ମହାନଗର ନିଗମ ପାଇଁ ଚାଲିଛି ଭୋଟ୍ ଗ୍ରହଣ। କାଉନସିଲର/କର୍ପୋରେଟର ଏବଂ ପୌରାଧ୍ୟକ୍ଷ/ମେୟର ପଦବି ପାଇଁ ସକାଳ ୮ଟାରୁ ଅପରାହ୍ନ ୫ଟା ପର୍ଯ୍ୟନ୍ତ ଭୋଟିଂ ଚାଲିଛି । ନିର୍ବାଚନ ମଇଦାନରେ ୬ହଜାର ୪୧୧ ଜଣ ପ୍ରାର୍ଥୀ ଥିବାବେଳେ ମତଦାତା ନିଜ ପସନ୍ଦର ପ୍ରାର୍ଥୀଙ୍କୁ ଭୋଟ୍ ଦେବେ। ଏଥର ମ୍ୟୁନିସପାଲଟି ଓ ଏନ୍ ଏସିର ୧ହଜାର ୬୭୨ଟି ୱାର୍ଡ ଏବଂ ୩ଟି ମହାନଗର ନିଗମର ୧୬୫ଟି ୱାର୍ଡରେ ନିର୍ବାଚନ ହେଉଛି ।






More Stories
ଭୁବନେଶ୍ୱରରେ ପାକିସ୍ତାନ ଆତଙ୍କବାଦୀ…..
ଅବହେଳା କଲେ ନାମଲେଖା ବନ୍ଦ…..
୩୦ ସୁଦ୍ଧା ଚୂଡ଼ାନ୍ତ ପଞ୍ଚାୟତ ନିର୍ବାଚନ ସଂରକ୍ଷଣ ତାଲିକା…..