ରିପୋର୍ଟ କାର୍ଡ / ଭୁବନେଶ୍ୱର
ଆଜିଠୁ ପୌର ନିର୍ବାଚନ ପାଇଁ ନାମାଙ୍କନ ଦାଖଲ ଆରମ୍ଭ ହେଉଛି। ରାଜ୍ୟର ୧୦୬ଟି ପୌରସଂସ୍ଥା ଓ ୩ ଟି ମହାନଗର ନିଗମରେ ନିର୍ବାଚନ ନେଇ ଆଜିଠୁ ନାମାଙ୍କନ ଆରମ୍ଭ ହେବ । ମହାନଗର ନିଗମ, ପୌରପାଳିକା ଓ ଏନ୍ ଏସିର ମେୟର, ପୌରାଧ୍ୟକ୍ଷ, କର୍ପୋରେଟର ଓ କାଉନସିଲର ନିର୍ବାଚନ ପାଇଁ ହେବାକୁ ଯାଉଛି ନାମାଙ୍କନ। ସ୍ଥାନୀୟ ଏଡିଏମ ଅଫିସରେ ନାମାଙ୍କନ ପତ୍ର ଦାଖଲ ହେବ । ତେବେ ନିର୍ବାଚନ ବିଜ୍ଞପ୍ତି ଅନୁଯାୟୀ, ଆଜିଠାରୁ ନାମାଙ୍କନ ଆରମ୍ଭ ହୋଇ ୭ ତାରିଖ ଯାଏ ଚାଲିବ । ଅର୍ଥାତ ୬ ଦିନ ଧରି ଏହି ପ୍ରକ୍ରିୟା ଚାଲିବ । ୯ତାରିଖରେ ନାମାଙ୍କନ ପତ୍ରଯାଞ୍ଚ ହେବ । ୧୪ରେ ନାମାଙ୍କ ପତ୍ର ପ୍ରତ୍ୟାହାର ଏବଂ ଚୂଡାନ୍ତପ୍ରାର୍ଥୀ ତାଲିକା ପ୍ରକାଶ ପାଇବ । ମାର୍ଚ୍ଚ ୨୪ରେ ପୌର ନିର୍ବାଚନ ହେବ ଏବଂ ୨୬ରେ ଫଳାଫଳ ପ୍ରକାଶ ପାଇବ । କୋର୍ଟରେ ମାମଲା ଥିବାରୁ ସମ୍ବଲପୁର, ରାଉରକେଲା ମହାନଗର ନିଗମ ଏବଂ ପୁରୀ ମ୍ୟୁନିସପାଲିଟିରେ ଭୋଟ୍ ହେବ ନାହିଁ । ଏଥର ଭୋଟର ପ୍ରତ୍ୟକ୍ଷ ଭାବରେ ମେୟର ଏବଂ ପୌରାଧ୍ୟକ୍ଷ ବାଛିବେ । ମୋଟ ୪୫୮୪ଟି ବୁଥରେ ଇଭିଏମ୍ ମାଧ୍ୟମରେ ଭୋଟ ଗ୍ରହଣ ହେବ।
More Stories
ଭିଜିଲାନ୍ସ ଜାଲରେ ରେଂଜର……
ଅପରାହ୍ନ ୪ଟା ପର୍ଯ୍ୟନ୍ତ ଗୃହ ମୁଲତବୀ…..
କର୍ମଚାରୀ ବଦଳି ଓ ନିଯୁକ୍ତି ପାଇଁ ନୂଆ ନୀତି…..