ରିପୋର୍ଟ କାର୍ଡ / ଖୋର୍ଦ୍ଧା
ଭିଜିଲାନ୍ସ ଜାଲରେ ଜଟଣୀ ପୌରପାଳିକା କାର୍ଯ୍ୟନିର୍ବାହୀ ଅଧିକାରୀ। ଆଜି ଜଟଣୀ ପୌରପାଳିକା କାର୍ଯ୍ୟନିର୍ବାହୀ ଅଧିକାରୀ ସୂର୍ଯ୍ୟମଣି ପାଟ୍ଟଯୋଶୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ କରିଛି। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଛି। ଜଟଣୀ ପୌରପାଳିକା କାର୍ଯ୍ୟନିର୍ବାହୀ ଅଧିକାରୀ ସୂର୍ଯ୍ୟମଣି ପାଟ୍ଟଯୋଶୀଙ୍କ ସରକାରୀ କାର୍ଯ୍ୟାଳୟ ସମେତ ୯ଟି ସ୍ଥାନରେ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ ଜାରି ରହିଛି। ପୈତୃକ ଗ୍ରାମ ସୋରଡ଼ାର ୩ଟି ଘର ଭିଜିଲାନ୍ସ ସହିତ ଭୁବନେଶ୍ୱର ବାସଭବନ ଓ ବ୍ରହ୍ମପୁରରେ ମଧ୍ୟ ଭିଜିଲାନ୍ସ ଚଢ଼ାଉ କରୁଛି। ଭିଜିଲାନ୍ସର ୨ଟି ଟିମ୍ ଚଢ଼ାଉରେ ସାମିଲ ହୋଇଥିବା ସୂଚନା ମିଳିଛି।






More Stories
ରାଜଧାନୀରେ ବୁଲିଲା ଖଣ୍ଡା…..
ଘରୋଇ ବସ୍ ମାଲିକ ସଂଘର ଚେତାବନୀ…..
ପ୍ରେମ ପାଇଁ ଥାର ଚଢ଼ାଇ ହତ୍ୟା…..