ରିପୋର୍ଟ କାର୍ଡ / ଭୁବନେଶ୍ୱର
ଗୋଟିଏ ପଟେ ରାଜଧାନୀ ଭୁବନେଶ୍ୱରରେ ୩ ଦିନିଆ ପ୍ରବାସୀ ଭାରତୀୟ ସମ୍ମିଳନୀ ଅନୁଷ୍ଠିତ ହେଉଥିବା ବେଳେ ଅନ୍ୟ ପଟେ ରସୁଲଗଡ-ବାଣୀବିହାରର ମୁଖ୍ୟ ରାସ୍ତା ଓଭରବିଜ୍ ଉପରେ ବିଚ୍ ରାସ୍ତା ଉପରେ ଜଣେ ସଫେଇ କର୍ମଚାରୀଙ୍କୁ ନିର୍ମମ ଭାବେ କରାଯାଇଥିବା ହତ୍ୟା ଘଟଣା ହଇଚଇ ସୃଷ୍ଟି କରିଛି। ମୃତକ ଜଣକ ହେଲେ କେଦାରପଲ୍ଲୀ ବସ୍ତିର ସହଦେବ ନାୟକ । ସେ ପୋଲିସ ମିତ୍ର ଭାବେ ମଧ୍ୟ କାର୍ଯ୍ୟ କରୁଥିଲେ | ସହଦେବ ସଫେଇ କର୍ମଚାରୀଙ୍କ ନେତୃତ୍ୱ ନେଉଥିଲେ। ଆଜି ସକାଳେ ସହଦେବ ସ୍କୁଟିରେ ଯାଉଥିବା ବେଳେ ଦୁର୍ବୃତ୍ତ ବାଇକରେ ଆସି ଗୋଡାଇ ଗୋଡାଇ ତାଙ୍କୁ ବୀଭତ୍ସ ଭାବରେ ହତ୍ୟା କରିଛନ୍ତି। ତାଙ୍କ ବେକ ଓ ଗୋଡରେ ଗଭୀର ଆଘାତ ଲାଗିିଛି । ତେବେ ପୂର୍ବ ଶତ୍ରୁତାରୁ ଏଭଳି ହତ୍ୟାକାଣ୍ଡ ଘଟିଛି ବୋଲି କୁହାଯାଇଛି । ଖବର ପାଇ ମଞ୍ଚେଶ୍ୱର ଥାନା ପୋଲିସ ପହଞ୍ଚି ଘଟଣାର ଅଧିକ ଖୋଳତାଡ କରୁଛି। ମିଳିଥିବା ସୂଚନାନୁଯାୟୀ, ଆଜି ସକାଳେ ୮ ଟା ସମୟରେ କିଛି ଦୁର୍ବୃତ୍ତ ବାଇକ୍ରେ ଆସି ସହଦେବଙ୍କୁ ଗୋଡାଇ ଗୋଡାଇ ହାଣି ତାଙ୍କୁ ହତ୍ୟା କରିଥିଲେ । ପୋଲିସ ମୃତଦେହକୁ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି । କ୍ୟାପିଟାଲ୍ ହସ୍ପିଟାଲରେ ତାଙ୍କ ମୃତଦେହ ପହଞ୍ଚିବା ପରେ ଅନ୍ୟ ସଫେଇକର୍ମୀମାନଙ୍କ ମଧ୍ୟରେ ଏହାକୁ ନେଇ ଏକ ଉତ୍ତେଜନା ମୂଳକ ପରିସ୍ଥିତି ସୃଷ୍ଟି ହୋଇଛି । ୨୪ ଘଣ୍ଟା ମଧ୍ୟରେ ଅପରାଧୀ ଧରା ନପଡିଲେ ରାଜଧାନୀରେ ସଫେଇକାମ ବନ୍ଦ ରହିବ ବୋଲି ଉତ୍ତ୍ୟକ୍ତ କର୍ମୀମାନେ ଚେତାବନୀ ଦେଇଛନ୍ତି।






More Stories
ଏମିତି ବଜେଟ୍ କେବେ ଦେଖିନି……
ବିଜେଡିରୁ ନିଲମ୍ବନ ହେଲେ ଶଶୀ…..
ରାଷ୍ଟ୍ରପତିଙ୍କ ଗସ୍ତ:ସୁରକ୍ଷା ବ୍ୟବସ୍ଥାକୁ ନେଇ ପ୍ରସ୍ତୁତି ଆରମ୍ଭ…..