ରିପୋର୍ଟ କାର୍ଡ / ଭୁବନେଶ୍ୱର
ରାଜଧାନୀ ଭୁବନେଶ୍ୱରରେ ଘର ମାଲିକକୁ ଭଡ଼ାଟିଆ ହତ୍ୟା କରିଥିବା ଅଭିଯୋଗ ହୋଇଛି। ମୃତ ବ୍ୟକ୍ତି ଜଣଙ୍କ ହେଲେ ସୁଶାନ୍ତ ଶତପଥି। ତମାଣ୍ଡୋ ଥାନା ଅର୍ନ୍ତଗତ ଏକ ଇଞ୍ଜିନିୟରିଂ କଲେଜ ନିକଟ ରାସ୍ତାରେ ଆଜି ସକାଳେ ସୁଶାନ୍ତଙ୍କ ରକ୍ତ ଜୁଡୁବୁଡ଼ୁ ଅବସ୍ଥାରେ ପଡ଼ିଥିଲେ। ପୋଲିସ ତାଙ୍କୁ ଉଦ୍ଧାର କରି ଡାକ୍ତରଖାନାରେ ଭର୍ତ୍ତି କରିଥିଲା। ସେଠାରେ ଡାକ୍ତର ସୁଶାନ୍ତଙ୍କୁ ମୃତ ଘୋଷଣା କରିଥିଲେ। ପୋଲିସ ମୃତଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛି। ସୁଶାନ୍ତ ନିଜ ଘରେ ଜଣେ ୩୫ ବର୍ଷୀୟ ଯୁବକଙ୍କୁ ଭଡ଼ାରେ ରଖିଥିଲେ। ସଂପୃକ୍ତ ଯୁବକ ଜଣକ ସୁଶାନ୍ତଙ୍କୁ ହତ୍ୟା କରିଥିବା ପୋଲିସ ସନ୍ଦେହ କରୁଛି। ତେବେ ସଂପୃକ୍ତ ଯୁବକ ଜଣଙ୍କ କାହିଁକି ସୁଶାନ୍ତଙ୍କୁ ହତ୍ୟା କଲେ, ଏହା ପଛରେ କେଉଁ କାରଣ ରହିଛି ତାହା ଜଣାପଡ଼ି ନାହିଁ। ପୋଲିସ ଅଭିଯୁକ୍ତକୁ ଧରିବା ପାଇଁ ଖୋଳତାଡ଼ ଆରମ୍ଭ କରିଛି |






More Stories
୬ରୁ ସକାଳୁଆ କୋର୍ଟ……
ଶ୍ରୀରାମ ନବମୀରେ ଆଇନ ଶୃଙ୍ଖଳା ବଜାୟ ରଖିବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ…..
ବିଦ୍ୟୁତଗ୍ରାହକଙ୍କ ପାଇଁ ଖୁସିଖବର:ବଢ଼ିବନି ବିଲ୍…..