ରିପୋର୍ଟ କାର୍ଡ / ଭୁବନେଶ୍ୱର
ପୂର୍ବତନ ମନ୍ତ୍ରୀ ନବ କିଶୋର ଦାସ ହତ୍ୟା ମାମଲାରେ ମୁଖ୍ୟମନ୍ତ୍ରୀଙ୍କୁ ଇ-ମେଲ କରାଯାଇଛି। ଇ-ମେଲରେ ନବ ଦାସଙ୍କ ପତ୍ନୀ ସମୟ ମାଗିଛନ୍ତି। ଇ-ମେଲ ସହ ପୋଷ୍ଟାଲ୍ରେ ଚିଠି କରି ସେ ସମୟ ମାଗିଛନ୍ତି ଏବଂ ମୁଖ୍ୟମନ୍ତ୍ରୀଙ୍କୁ ଭେଟିବାକୁ ଚାହୁଁଥିବା ଚିଠିରେ ଉଲ୍ଲେଖ କରିଛନ୍ତି। ଗତ ୧୧ ତାରିଖରେ ମୁଖ୍ୟମନ୍ତ୍ରୀଙ୍କୁ ଇ-ମେଲ କରାଯାଇଥିବା ଜଣାପଡ଼ିଛି। ତେବେ ମୁଖ୍ୟମନ୍ତ୍ରୀଙ୍କୁ ଭେଟିବା ପରେ ସେ ସିବିଆଇ ତଦନ୍ତ କରିପାରନ୍ତି ବୋଲି ଆଶା କରାଯାଉଛି। ସିବିଆଇ ତଦନ୍ତ ପାଇଁ ମୁଖ୍ୟମନ୍ତ୍ରୀ ମୋହଚନ ଚରଣ ମାଝୀଙ୍କୁ ଇ-ମେଲ କରାଯାଇଥିବା ଏବଂ ଚିଠି ଲେଖାଯାଇଥିବା ନେଇ ନବ ଦାସଙ୍କ ପୁଅ ବିଶାଲ ଦାସଙ୍କ ସୂଚନା ଦେଇଛନ୍ତି। ଅପରପକ୍ଷରେ ଚିଠିରେ କ’ଣ ଉଲ୍ଲେଖ ରହିଛି ସେ ସମ୍ପର୍କରେ ବିଶାଲ ଦାସ କିଛି କହିନାହାନ୍ତି। ପୂର୍ବରୁ ନବ ଦାସଙ୍କ ପରିବାର ଲୋକେ ଚିଠି ଲେଖି ଜଣାଇଲେ ସିବିଆଇ ତଦନ୍ତ କରାଯିବ ବୋଲି ବିଜେପି ପକ୍ଷରୁ କୁହାଯାଇଥିଲା। କ୍ରାଇମ ବ୍ରାଞ୍ଚ ତଦନ୍ତରେ ଅସନ୍ତୁଷ୍ଟ ଥିଲେ ନବ ଦାସଙ୍କ ହତ୍ୟାର ତଦନ୍ତ ସିବିଆଇ କରୁ ବୋଲି ପରାମର୍ଶ ଦିଆଯାଇଥିଲା। ଏହାପରେ ପରିବାର ସହିତ ଆଲୋଚନା ପରେ ସିବିଆଇ ତଦନ୍ତ ପାଇଁ ଚିଠି ଲେଖିବୁ ବୋଲି ପୂର୍ବରୁ ନବ ଦାସଙ୍କ ଝିଅ ଦୀପାଳି ଦାସ କହିଥିଲେ।






More Stories
ଗଡ଼ିବ ୬୨ ସ୍ବତନ୍ତ୍ର ଟ୍ରେନ୍…..
ବଜେଟ ଫୋକସ୍ରେ ମଧ୍ୟବିତ୍ତ…..
ମୟୂରଭଞ୍ଜ ଗସ୍ତର ରାଷ୍ଟ୍ରପତିଙ୍କ ଅନ୍ତିମଦିନ…..