ରିପୋର୍ଟ କାର୍ଡ / ଭୁବନେଶ୍ୱର
ଆଜି ଶ୍ରୀଜିଉଙ୍କ ନବଯୌବନ ଦର୍ଶନ । ୧୫ଦିନର ଅନବସର ପରେ ଆଜି ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି ମହାପ୍ରଭୁ । ଦୁଇବର୍ଷ ପରେ ନବଯୌବନ ଦର୍ଶନ ଲାଗି ଏଥର ଶ୍ରୀମନ୍ଦିରରେ ଭକ୍ତଙ୍କ ପାଇଁ ସ୍ୱତନ୍ତ୍ର ବ୍ୟବସ୍ଥା କରିଛି ପ୍ରଶାସନ । ସକାଳ ୮ଟାରୁ ପରିମାଣିକ ଦର୍ଶନ ପରେ ଚାଲିଛି ସର୍ବସାଧାରଣ ଦର୍ଶନ । ଚତୁର୍ଦ୍ଧାମୂର୍ତ୍ତିଙ୍କ ନବଯୌବନ ଦର୍ଶନ ପାଇଁ ସିଂହଦ୍ୱାର ଦେଇ ପ୍ରବେଶ କରୁଛନ୍ତି ଭକ୍ତ । ଏହା ପରେ ସକାଳ ୯ଟାରୁ ୧୦ଟା ୩୦ ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ସମୟ ରହିଛି । ଶ୍ରୀନଅର ଠାରୁ ସିଂହଦ୍ୱାର ଯାଏଁ ସ୍ୱତନ୍ତ୍ର ସେଡ୍ ବ୍ୟାରିକେଡରେ ଶ୍ରଦ୍ଧାଳୁଙ୍କ ଭିଡ଼ ଲାଗିଛି। ଆଜି ଓ କାଲି ୨ ଦିନ ଧରି ନବଯୌବନ ଦର୍ଶନ କରିବେ ଶ୍ରଦ୍ଧାଳୁ । ଭିଡ଼ ନିୟନ୍ତ୍ରଣ ପାଇଁ ବ୍ୟାପକ ପୋଲିସ ମୁତୟନ ଥିବା ବେଳେ ଜଳ ସିଞ୍ଚନ ପାଇଁ ଅଗ୍ନିଶମ ଗାଡ଼ି ମୁତୟନ ଅଛନ୍ତି। ବିଶେଷ ନୀତି ପାଇଁ ପୂର୍ବାହ୍ନ ୧୦ଟା ୩୦ରୁ ଅପରାହ୍ନ ୨ଟା, ଅପରାହ୍ନ ୩ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । ସନ୍ଧ୍ୟା ୬ଟା ୩୦ରୁ ରାତି ୯ଟା ଯାଏଁ ଏବଂ ରାତି ୧୦ଟା ୩୦ରୁ ୧୧ଟା ୩୦ ପର୍ଯ୍ୟନ୍ତ ମଧ୍ୟ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । ଅପରାହ୍ନ ୨ଟାରୁ ୩ଟା ପର୍ଯ୍ୟନ୍ତ ଏକ ଘଣ୍ଟା ଏବଂ ସନ୍ଧ୍ୟା ୬ଟାରୁ ୬ଟା ୩୦ ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ଉପଲବ୍ଧ ହେବ । ଏପଟେ ରାତି ୯ଟାରୁ ୧୦ଟା ୩୦ ଏବଂ ରାତି ୧୧ଟା ୩୦ରୁ ୧୨ ଟା ୩୦ ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ଉପଲବ୍ଧ ହେବ ।






More Stories
୩୦ ସୁଦ୍ଧା ଚୂଡ଼ାନ୍ତ ପଞ୍ଚାୟତ ନିର୍ବାଚନ ସଂରକ୍ଷଣ ତାଲିକା…..
ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ସାଂସଦ ଅପରାଜିତା…..
ଆଜି ରାଜ୍ୟ କ୍ୟାବିନେଟ ବୈଠକ….