ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ଅଭୟାଙ୍କୁ ନ୍ୟାୟ ଦେବାକୁ ଆନ୍ଦୋଳନ ଜୋରଦାର କରାଯାଉଛି | କୋଲକାତାରେ ଟିଏମସି ସରକାର ବିରୋଧରେ ସବୁଠୁ ବଡ଼ ଆନ୍ଦୋଳନର ଡାକରା ଦେଇଛି ଛାତ୍ର ସଙ୍ଗଠନ। ଆଜି ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ଅଫିସ୍ ‘ନବାନ୍ନ’ ଘେରାଉ କରିଛନ୍ତି୩୦ ହଜାରରୁ ଅଧିକ ଛାତ୍ରଛାତ୍ରୀ। ମମତା ବାନାର୍ଜୀଙ୍କ ଇସ୍ତଫା ଦାବିରେ ଛାତ୍ରଛାତ୍ରୀମାନେ ଏହି ଆନ୍ଦୋଳନ ଡାକରା ଦେଇଛନ୍ତି। ଆଜି ମଧ୍ୟାହ୍ନରେ ଛାତ୍ର ସଙ୍ଗଠନ ରାସ୍ତାକୁ ଓହ୍ଲାଇଛି |ଏହି ରାଲିକୁ ‘ନବାନ୍ନ ଅଭିଯାନ’ କୁହାଯାଉଛି। ବିନା କୌଣସି ରାଜନୈତିକ ବ୍ୟାନରରେ ଏହି ବିକ୍ଷୋଭର ଡାକରା ଦିଆଯାଇଛି। ବିକ୍ଷୋଭକାରୀମାନେ ରାଜ୍ୟ ସଚିବାଳୟ ଯାଏ ବିରୋଧ ପ୍ରଦର୍ଶନ କରିବାକୁ ଘୋଷଣା କରିଛନ୍ତି। ନବାନ୍ନ ହେଉଛି ରାଜ୍ୟ ସଚିବାଳୟ, ଯେଉଁଠାରୁ ପଶ୍ଚିମବଙ୍ଗ ସରକାର କାର୍ଯ୍ୟ କରନ୍ତି। ନବାନ୍ନରେ ହିଁ ମମତା ବାନାର୍ଜୀଙ୍କ କାର୍ଯ୍ୟାଳୟ ସମେତ ଅନ୍ୟାନ୍ୟ ବରିଷ୍ଠ ମନ୍ତ୍ରୀ ଏବଂ ଅଧିକାରୀଙ୍କ ଅଫିସ ଅଛି। ପ୍ରଥମଥର ପାଇଁ ଏତେ ସଂଖ୍ୟାରେ ଲୋକେ ମମତା ସରକାର ବିରୋଧରେ ରାସ୍ତାକୁ ଓହ୍ଲାଇବେ। ଯାହାର ପ୍ରଭାବ ଏବେଠୁ ଦେଖା ଦେଲାଣି। ଏହି ବିକ୍ଷୋକୁ ଦୃଷ୍ଟିରେ ରଖି କୋଲକାତାକୁ ସଂଯୋଗ କରୁଥିବା ସବୁ ପ୍ରବେଶ ପଥକୁ ସିଲ୍ କରି ଦିଆଯାଇଛି। ୬୦୦୦ରୁ ଅଧିକ ପୋଲିସ କର୍ମୀଙ୍କୁ ନିୟୋଜିତ କରାଯାଇଛି। ୧୯ଟି ସ୍ଥାନରେ ବ୍ୟାରିକେଡିଂ କରାଯାଇଛି। ବିଭିନ୍ନ ସ୍ଥାନରେ ପ୍ରାୟ ୨୬ ପୋଲିସ କମିଶନର ନିୟୋଜିତ ହୋଇଛନ୍ତି। ହାଷ୍ଟିଙ୍ଗସ୍, ଫୁରଲଙ୍ଗ୍ ଗେଟ୍, ଷ୍ଟାଣ୍ଡ ରୋଡ୍ ଏବଂ କୋଲକାତାର ଟ୍ୱିନ୍ ସିଟି ହାଓ୍ୱଡା ଭଳି ସ୍ଥାନରେ ବହୁ ସଂଖ୍ୟକ ପୋଲିସ ଫୋର୍ସ ମୁତୟନ କରାଯାଇଛି। ସେପଟେ କୋଲକତାରେ ବିଭିନ୍ନ ପ୍ରବେଶ ପଥ ସିଲ୍ ଏହାର ସିଧା ପ୍ରଭାବ ଓଡ଼ିଶାକୁ ଆସୁଥିବା ଯାତ୍ରୀଙ୍କ ଉପରେ ପଡ଼ିଛି।






More Stories
ଜୀବନ ନେଉଛି SIR…..
ଆସନ୍ତାକାଲି ୧୧ଟା ପର୍ଯ୍ୟନ୍ତ ଗୃହ ମୁଲତବୀ…..
ଖଡଗେ-ନଡ୍ଡା ମୁହାଁମୁହିଁ…..