ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ଭାରତ ରତ୍ନ ପାଇଁ ଆଉ ତିନି ଜଣଙ୍କ ନାମ ଘୋଷଣା କରିଛନ୍ତି କେନ୍ଦ୍ର ସରକାର। ପୂର୍ବତନ ପ୍ରଧାନମନ୍ତ୍ରୀ ଚୌଧୁରୀ ଚରଣ ସିଂହ, ପିଭି ନରସିଂହା ରାଓ ଏବଂ କୃଷି ବୈଜ୍ଞାନିକ ତଥା ସବୁଜ ବିପ୍ଳବର ଜନକ ଏମଏସ୍ ସ୍ୱାମୀନାଥନଙ୍କୁ ଭାରତ ରତ୍ନରେ ସମ୍ମାନିତ କରାଯିବ। ଦେଶର ସର୍ବୋଚ୍ଚ ବେସାମରିକ ସମ୍ମାନ ଭାରତ ରତ୍ନ ପ୍ରଦାନ ନେଇ ଆଜି କେନ୍ଦ୍ର ସରକାର ଏହି ତିନି ଜଣ ମହାନ ବ୍ୟକ୍ତିତ୍ୱଙ୍କ ନାମ ଘୋଷଣା କରିଛନ୍ତି। ପୂର୍ବରୁ ବିହାର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ସମାଜ ସେବୀ କର୍ପୂରୀ ଠାକୁର ଏବଂ ପୂର୍ବତନ ଉପପ୍ରଧାନମନ୍ତ୍ରୀ ତଥା ବରିଷ୍ଠ ବିଜେପି ନେତା ଲାଲକୃଷ୍ଣ ଆଡଭାନୀଙ୍କୁ ଭାରତ ରତ୍ନରେ ସମ୍ମାନିତ କରିବା ନେଇ ଘୋଷଣା କରାଯାଇଥିଲା। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏନେଇ ଏକ୍ସ ଯୋଗେ ସୂଚନା ଦେଇଥିଲେ।






More Stories
ନିର୍ବାଚନ ଲଢିବେ ଆରଜି କର ବଳାତ୍କାର ପୀଡିତାଙ୍କ ମାଆ……
ଏଲ୍ପିଜି ସଙ୍କଟରୁ ମିଳିବ ମୁକ୍ତି: ଆମେରିକାରୁ ପହଞ୍ଚିଲା ଜାହାଜ……
ଜଳ ଜୀବନର ଆଧାର……