Report Card Odisha

| Daily Odia News

ଜାତୀୟ ଚଳଚ୍ଚିତ୍ର ପୁରସ୍କାର ୨୦୧୯:ଛିଛୋରେ ସର୍ବଶ୍ରେଷ୍ଠ ହିନ୍ଦୀ ଚଳଚ୍ଚିତ୍ର….

ରିପୋର୍ଟ କାର୍ଡ / ନୂଆଦିଲ୍ଲୀ

୬୭ତମ ଜାତୀୟ ଚଳଚ୍ଚିତ୍ର ପୁରସ୍କାର-୨୦୧୯ ଘୋଷଣା କରାଯାଇଛି। ଛିଛୋରେ ସର୍ବଶ୍ରେଷ୍ଠ ହିନ୍ଦୀ ଚଳଚ୍ଚିତ୍ର ଭାବେ ବିବେଚିତ ହୋଇଛି। ଏହି ଫିଲ୍ମରେ ମୁଖ୍ୟ ନାୟକ ଭାବେ ଅଭିନୟ କରିଥିଲେ ଦିବଂଗତ ଅଭିନେତା ସୁଶାନ୍ତ ସିଂ ରାଜପୁତ। ଫିଲ୍ମ ମଣିକର୍ଣ୍ଣିକା ପାଇଁ କଙ୍ଗନା ରଣାୱତ୍ ଶ୍ରେଷ୍ଠ ଅଭିନେତ୍ରୀ ହୋଇଛନ୍ତି। ସେହିପରି ମନୋଜ ବାଜପେୟୀ ଓ ଧନୁଷ ଯୁଗ୍ମ ଭାବେ ଶ୍ରେଷ୍ଠ ଅଭିନେତା ହୋଇଛନ୍ତି। ଭୋଁସଲେଁ ଚଳଚ୍ଚିତ୍ର ପାଇଁ ମନୋଜ ବାଜପେୟୀ ଓ ଅସୁରନ୍ ପାଇଁ ଧନୁଷଙ୍କୁ ଶ୍ରେଷ୍ଠ ଅଭିନେତା ପୁରସ୍କାର ମିଳିଛି।ଶଲାବୁଢାର ବଦ୍‌ଲା ଓ କାଲିର ଅତୀତ ଶ୍ରେଷ୍ଠ ଓଡ଼ିଆ ଚଳଚ୍ଚିତ୍ର, ନନ୍ ଫିଚର ବର୍ଗରେ ଓଡ଼ିଆ ଫିଲ୍ମ ଶ୍ରୀକ୍ଷେତ୍ରରୁ ସାହିଯାତ ପୁରସ୍କୃତ ହୋଇଛି। ଗତବର୍ଷ ଜୁନ୍‌ ୨୨ ତାରିଖରେ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁ ହୋଇଥିଲା। ଶେଷଥର ପାଇଁ ତାଙ୍କୁ ଫିଲ୍ମ ‘ଛିଛୋରେ’ ଦେଖିବାକୁ ମିଳିଥିଲା। ତାଙ୍କର ପ୍ରଥମ ବଲିଉଡ୍‌ ଫିଲ୍ମ ଥିଲା ‘କାଇ ପୋ ଚେ’। ସେ ‘ପିକେ’, ‘କେଦାରନାଥ’ ଭଳି ଫିଲ୍ମରେ ଅଭିନୟ କରିଥିଲେ। ବାୟୋପିକ୍‌ ‘ଏମ୍.ଏସ୍ ଧୋନି: ଦ ଅନ୍‌ଟୋଲ୍ଡ‌ ଷ୍ଟୋରୀ’ରେ ସୁଶାନ୍ତ ସିଂ ଅଭିନୟ ବେଶ୍‌ ଚମତ୍କାର ଥିଲେ। ଫିଲ୍ମଟି ମଧ୍ୟ ବକ୍ସ ଅଫିସ୍‌ରେ ହିଟ୍‌ କରିଥିଲା। କ୍ରିକେଟର ଏମ୍‌.ଏସ୍ ଧୋନୀଙ୍କ ଉପରେ ଫିଲ୍ମଟି ହୋଇଥିଲା।

Breaking News