ରିପୋର୍ଟ କାର୍ଡ / କଟକ
ସ୍ବାସ୍ଥ୍ୟ ମନ୍ତ୍ରୀ ନବ କିଶୋର ଦାସ ହତ୍ୟାକାଣ୍ଡ ମାମଲାର ସିବିଆଇ ତଦନ୍ତ ନେଇ ହାଇକୋର୍ଟରେ ହୋଇଥିବା ଜନସ୍ବାର୍ଥ ମାମଲା ନେଇ ଶୁଣାଣି ହୋଇଛି । ବର୍ତ୍ତମାନ ୧୧ ଦିନ ହେବ ଏହି ହତ୍ୟାକାଣ୍ଡ ଘଟଣାର ତଦନ୍ତ ଚାଲିଛି । ଏଥିପାଇଁ ଏଥିରେ ହସ୍ତକ୍ଷେପ କରିବାର ଆବଶ୍ୟକତା ନାହିଁ। ବର୍ତ୍ତମାନ ଓଡ଼ିଶା ଉଚ୍ଚ ନ୍ୟାୟାଳୟ ଏହି ଜନସ୍ବାର୍ଥ ମାମଲାକୁ ଖାରଜ କରି ଏହାର ଅନ୍ତ ଘଟାଇଛନ୍ତି। ସୂଚନାଯୋଗ୍ୟ, ଭାରତୀୟ ବିକାଶ ପରିଷଦ ପକ୍ଷରୁ ନବ କିଶୋର ଦାସ ହତ୍ୟାକାଣ୍ଡ ଘଟଣାର ସିବିଆଇ ତଦନ୍ତ ଦାବି କରି ହାଇକୋର୍ଟରେ ଜନସ୍ବାର୍ଥ ମାମଲା ଦାୟର କରାଯାଇଥିଲା। ଆବେଦନକାରୀଙ୍କ ପକ୍ଷରୁ ଆଇନଜୀବୀ ଗୋପାଳ ପ୍ରସାଦ ଜେନା ମାମଲା ପରିଚାଳନା କରୁଥିଲେ। ମନ୍ତ୍ରୀ ନବ କିଶୋର ଦାସଙ୍କୁ ହତ୍ୟା ଘଟଣାର ସିବିଆଇ ତଦନ୍ତ ଦାବିରେ ଗତ ୬ ତାରିଖରେ ହାଇକୋର୍ଟରେ ଏକ ଜନସ୍ବାର୍ଥ ମାମଲା ରୁଜୁ ହୋଇଥିଲା।






More Stories
ମାଗଣା ଶିକ୍ଷାକୁ ନେଇ ଦ୍ୱନ୍ଦ୍ୱ ଦୂର କଲେ ଉଚ୍ଚଶିକ୍ଷା ମନ୍ତ୍ରୀ…..
ସୁଭଦ୍ରା ଯୋଜନାକୁ ନେଇ ବଡ଼ ଘୋଷଣା…..
ସ୍ୱନକ୍ଷତ୍ର ଉତ୍ସବରେ ୬୬୨ବର୍ଗ କଲେଜ ସଂଘର ଶପଥ……